PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଆଜି ପ୍ରବଳ, କାଲି ସାମାନ୍ୟ : ଆଭ୍ୟନ୍ତରୀଣ ଓଡ଼ିଶାରେ ବେଶି ବର୍ଷିବ

ଭୁବନେଶ୍ୱର ୫।୮ : ଯାହା ପୂର୍ବାନୁମାନ କରାଯାଉଥିଲା, ସେଇଆ ହେଲା । ଲମ୍ବା ପ୍ରତୀକ୍ଷା ପରେ ଶୁଖିଲା ଜମିକୁ ଭିଜାଇଛି ବର୍ଷା । ଚାଷୀ ମନରେ ଭରିଛି ଆଶା । ଉତ୍ତର ବଙ୍ଗୋପସାଗରରେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ପାଖାପାଖି ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ଲାଗି ରହିଛି । ଲଘୁଚାପ ଓଡ଼ିଶାରେ ଆହୁରି ୨ ଦିନ ବର୍ଷା କରାଇବ । ବେଶି ବର୍ଷିର୍ବ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ।

ଏଯାବତ୍‌ ମୌସୁମୀ ସର୍ବାଧିକ ଧୋକା ଦେଇଥିବା ପୁରୀ ଜିଲ୍ଲାରେ ଗତ ୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷା ହୋଇଛି । ଗତକାଲି ସକାଳ ସାଢ଼େ ୮ଟାରୁ ଆଜି ସକାଳ ୮ଟା ୩୦ ସୁଦ୍ଧା ପୁରୀ ଜିଲ୍ଲାର ପିପିଲିରେ ୧୪୪ ମିଲିମିଟର, ନିମାପଡ଼ାରେ ୧୩୦.୮, ଗୋପରେ ୯୮.୨, ସତ୍ୟବାଦୀରେ ୮୭, କାକଟପୁରରେ ୭୪.୩ ମିମି ବର୍ଷା ହୋଇଛି । ରାଜ୍ୟର ବାକି ଅଞ୍ଚଳରେ ବି ପ୍ରବଳ ବର୍ଷା ହୋଇଛି । ବାଲିପାଟଣାରେ ୧୧୪.୬ ମିମି, ବାରକୋଟରେ ୧୦୩.୬, ଚାନ୍ଦବାଲିରେ ୯୫.୮ ମିମି, ଯୋଡ଼ାରେ ୭୨.୮, କୋଟପାଡ଼ରେ ୭୨, ଭଦ୍ରକରେ ୬୫, କୁଚିଣ୍ଡାରେ ୬୫.୨ ମିମି ବର୍ଷା ଅଜାଡ଼ିଛି ।

ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା କଟକ, ଭୁବନେଶ୍ୱର, ପାରାଦୀପ, କେନ୍ଦୁଝର, ସମ୍ବଲପୁର, ଟିଟିଲାଗଡ଼, ଭବାନୀପାଟଣା, କୋରାପୁଟ, ବାଲେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆଜି ରାତିରେ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଆହୁରି ବର୍ଷା ହୋଇଥିବା ଖବର ମିଳିଛି । ପାଣିପାଗ ପୂର୍ବାନୁମାନ କହୁଛି, ଆସନ୍ତାକାଲି (ବୁଧବାର) ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣ ଓଡ଼ିଶାର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି । ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ଅନୁଗୁଳ, ନୂଆପଡ଼ା, ସୋନପୁର, ବଲାଙ୍ଗିରରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୁରୁବାର ବର୍ଷା ପରିମାଣ କମିବ । ରାଜ୍ୟର ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହେବ । ସୁନ୍ଦଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୭ରେ ବର୍ଷା କମିଯିବ । ତେବେ ୯ରୁ ପୁଣି ବର୍ଷା ବଢ଼ିବ ।

ପ୍ରବଳ ବର୍ଷା ସମ୍ଭାବନାକୁ ଲକ୍ଷ୍ୟ କରି ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା । ନିର୍ଦ୍ଦେଶନାମାରେ କୁହାଯାଇଛି, ଲଗାଣ ବର୍ଷାରେ ତଳି ଅଞ୍ଚଳରେ ପାଣି ଜମିପାରେ । ତେଣୁ ସ୍ଥିତି ଉପରେ ନଜର ରଖିବା ସହ ପ୍ରସ୍ତୁତ ରହିବାକୁ ପଡ଼ିବ । ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବା ସହ ଉପକୂଳରେ ପବନର ବେଗ ଅଧିକ ରହିବ । ମତ୍ସ୍ୟଜୀବୀମାନେ ଆସନ୍ତା ଦୁଇଦିନ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଆଜି ସକାଳ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ୧୬% କମ୍‌ ଥିଲା । ୧୩ଟି ଜିଲ୍ଲାରେ ବର୍ଷାର ଅଭାବ ରହିଥିଲା । ବିଶେଷ କରି ଉପକୂଳ ଓଡ଼ିଶାରେ ବର୍ଷା କମ୍‌ ଥିବାରୁ ଚାଷ କାମ ଆଗେଇପାରିନି । ଏହି ବର୍ଷା ପରେ ସ୍ଥିତି ବଦଳିବା ଆଶା କରାଯାଉଛି ।