PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ଅବପାତ ରୂପ ନେଲା ବାତ୍ୟା ଜୱାଦ: ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର ୦୫/୧୨: ଧିରେ ଧିରେ ଦୁର୍ବଳ ହେଉଛି ବାତ୍ୟା ଜୱାଦ। ଦିଗ ବଦଳାଇବା ସହ ଅବପାତ ରୂପ ନେଇଛି। ପୁରୀରେ ପହଞ୍ଚିଲା ବେଳକୁ ବାତ୍ୟାର ତୀବ୍ରତା ଆହୁରି କମିବ ବୋଲି ଆକଳନ କରାଯାଇଛି। ଉପକୂଳ ଓଡିଶାରେ ପବନର ବେଗ ୫୫ ରୁ ୬୫ କି.ମି ରହିପାରେ।

ଆଇଏମଡି ସୂଚନା ଅନୁସାରେ ବିଶାଖାପାଟନମ୍ ଠାରୁ ବାତ୍ୟା ଏବେ ୧୮୦ କି.ମି ଦୂରରେ ରହିଥିବା ବେଳେ, ଗୋପାଳପୁର ଠାରୁ ୨୦୦ କି.ମି, ପୁରୀରୁ ୨୭୦ କି.ମି, ଓ ପାରାଦୀପ ଠାରୁ ୩୬୦ କି.ମି ଦୂରରେ ରହିଛି । ଘଣ୍ଟାକୁ ୧୧ କି.ମି ବେଗରେ ଗତି କରୁଛି ବତ୍ୟା । ଆଜି ମଧ୍ୟାହ୍ନ ବେଳକୁ ଓଡିଶା ଉପକୂଳରୁ ବହୁ ଦୂରରେ ଏହା ପଳେଇବ। ସେତେବେଳକୁ ତା’ର ବଳ ଅଧାରୁ ଅଧିକ ଖସି ଯାଇଥିବ । ଅତି ବେଶିରେ ଉପକୂଳ ଓଡ଼ିଶାରେ ୫୫-୬୦ କିମି ବେଗରେ ପବନ ହୋଇପାରେ । ଦକ୍ଷିଣ ଓଡ଼ିଶାରେ କୋହଲା ପାଗ ରହିବ । ଭୁବନେଶ୍ୱର ସମେତ ଉତ୍ତର ଉପକୂଳ ଏବଂ ସଲଗ୍ନ ଅଞ୍ଚଳରେ ସୋମବାର ଯାଏଁ କୋହଲା ପାଗ ଲାଗି ରହିପାରେ ।

ରବିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା , ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର , କଟକ , ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ନୟାଗଡ଼ , କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ସକାଳ ସାଢ଼େ ୮ଟା ରୁ ୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି କେନ୍ଦୁଝର , ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ବନ୍ଧିତ ଖବର