PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୫/୦୭: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୮ ତାରିଖବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ୨୭ ତାରିଖରୁ ବର୍ଷା ବଢ଼ିବା ନେଇ ଆକଳନ କରାଯାଉଛି । ୨୯ ତାରିଖ ଯାଏଁ ଏହା ରାଜ୍ୟରେ ବର୍ଷା କରାଇବ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି ।

ପାଣିପାଗ ବିଭାଗ ଆକଳନ କରିଛି, ରବିବାର ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ତଥାପି କେତେକ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସୋମବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।ବର୍ଷା ବଢ଼ିବ ମଙ୍ଗଳବାର (୨୬ ତାରିଖ)ଠାରୁ । ଅନେକ ସ୍ଥାନରେ ବର୍ଷା ହେବ । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା,ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଏହାବାଦ୍‌ ଅନେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ବୁଧବାର (୨୮ ତାରିଖ) ବର୍ଷା ବଢ଼ିବ । ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ । ବିଶେଷ କରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକର ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୨୯ରେ ବର୍ଷା ସାମାନ୍ୟ କମିବ ।

ଏବେ ଏବେ ଯାଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ନିଅଣ୍ଟିଆ ବର୍ଷା କେତେକାଂଶରେ ଭରଣା ହୋଇଛି । ଯଦିଓ ବର୍ତ୍ତମାନ ସୁଦ୍ଧା ୧୧ଟି ଜିଲ୍ଲାରେ ସ୍ୱାଭାବିକଠାରୁ ବର୍ଷା ପରିମାଣ କମ୍‌ ରହିଛି, ତଥାପି ପୂର୍ବାପେକ୍ଷା ସ୍ଥିତି ସୁଧୁରିଛି । ତଥାପି ଦକ୍ଷିଣ ଓଡ଼ିଶାରେ ବର୍ଷା କମ୍‌ ଥିବା ଯୋଗୁ ଚାଷ କାମ ବାଧାପ୍ରାପ୍ତ ହୋଇଛି । ବିଶେଷଜ୍ଞଙ୍କ ପୂର୍ବାନୁମାନ ହେଲା, ପ୍ରଥମ ଲଘୁଚାପଠାରୁ ଦ୍ୱିତୀୟ ଲଘୁଚାପ ପ୍ରଭାବରେ କମ୍‌ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ବର୍ଷା କମ୍‌ ରହିବ । ରାଜ୍ୟରେ ଏବେ ସ୍ୱାଭାବିକଠାରୁ ୧୭% କମ୍‌ ବର୍ଷା ରହିଛି ।

ସମ୍ବନ୍ଧିତ ଖବର