PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଳେଶ୍ୱର: ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଠାବ
  • ||
  • ନୟାଗଡ଼: କଟକ ଅବକାରୀ ଗୋଇନ୍ଦା ବିଭାଗ ଦ୍ବାରା ୨କିଲୋ ୩୦୦ଗ୍ରାମ ଅଫିମ ଜବତ, ଜଣେ ଗିରଫ
  • ||
  • ପୁରୀ: ଶ୍ରୀମନ୍ଦିର ସହ ଜଡ଼ିତ ୨୩ଜଣ କରୋନା ପଜିଟିଭ୍ ଚିହ୍ନଟ : ସେବାୟତଙ୍କ ସମେତ ଏକାଧିକ କର୍ମଚାରୀ ସଂକ୍ରମିତ
  • ||
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||
  • ଆଇପିଏଲ୍‌ର-୧୪: ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ ରାଇଡର୍ସ
  • ||
  • କରଞ୍ଜିଆର ଥାନା ବୁଢୀଗାଁରର ଘଟଣା- ସ୍ତ୍ରୀ ଓ ସ୍ତ୍ରୀର ପ୍ରେମିକକୁ କଟୁରିରେ ହାଣିଲା ସ୍ୱାମୀ , ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • ରାଜ୍ୟ: ପୁଣି ୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୦କୁ ଛୁଇଁଲା
  • ||
  • ଓଡ଼ିଶାରେ ଆଜି ୧୭୮୪ କରୋନା ପଜିଟିଭ୍‌ ଚିହ୍ନଟ, କ୍ୱାରାଣ୍ଟାଇନ୍‌ରୁ ୧୦୩୫ , ଲୋକାଲ କଣ୍ଟାକ୍ଟରୁ ୭୪୯ ଚିହ୍ନଟ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||

ଦେଶରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର, ଆଗକୁ ତାତି ଆହୁରି ବଢ଼ିବ: ମାର୍ଚ୍ଚ ପହିଲାରେ ୪୦ ଡେଇଁଯିବ ପାରଦ

ଭୁବନେଶ୍ୱର,୨୬/୦୨: ଫେବୃଆରୀ ସରିନି । ଟାଏଁ ଟାଏଁ ଖରା ନାକେଦମ୍‌ କଲାଣି । ପାରଦ ପହଞ୍ଚିଗଲାଣି ୪୦ ଡିଗ୍ରୀ ସେଲସିୟସ୍‌ ପାଖାପାଖି । ଭୁବନେଶ୍ୱର ଲଗାତାର ଦୁଇଦିନ ହେବ ଦେଶର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଭୁବନେଶ୍ୱର ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିଛି । ରାଜସ୍ଥାନ, ଦିଲ୍ଲୀକୁ ବି ପଛରେ ପକାଇ ଦେଇଛି ଭୁବନେଶ୍ୱର ତାପମାତ୍ରା । ଖାଲି ସେତିକି ନୁହେଁ, ରାଜ୍ୟର ୭ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ଉପରେ ଅଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ତାତି ଆହୁରି ବଢ଼ିବ । ବର୍ତ୍ତମାନ ଓଡ଼ିଶା ଉପରେ (ଭୁବନେଶ୍ୱର ପାଖାପାଖି) ଏକ ଗୁରୁଚାପ ବଳୟ ରହିଛି । ଜଳୀୟବାଷ୍ପ ପରିମାଣ ୨୦% ପାଖାପାଖି କମ୍‌ ରହୁଛି । ତେଣୁ ଭୂପୃଷ୍ଠ ପୂରା ଉତ୍ତପ୍ତ ରହୁଛି । ସେଥିପାଇଁ ଭୁବନେଶ୍ୱରରେ ତାପମାତ୍ରା ସବୁଠୁ ଅଧିକ ଅଛି। ୨/୩ ଦିନ ହେବ ଲଗାତାର ତାପମାତ୍ରା ବଢ଼ୁଛି । ଉପକୂଳରୁ ଆଭ୍ୟନ୍ତରୀଣ ଅଞ୍ଚଳ ପର୍ଯ୍ୟନ୍ତ ସବୁଠି ଗରମ ଅସମ୍ଭାଳ । ଦିନକ ଭିତରେ ରାଜଧାନୀ ତାପମାତ୍ରା ୧ ଡିଗ୍ରୀ ବଢ଼ିଯାଇଛି । ବାରିପଦା ତାପମାତ୍ରା ୩୮, ଅନୁଗୁଳ ୩୭.୭, ଟିଟିଲାଗଡ଼ ୩୭.୬, ତାଳଚେର ୩୭.୧, ବଲାଙ୍ଗିର ୩୭, କଟକ ତାପମାତ୍ରା ୩୭ ଡିଗ୍ରୀ ଛୁଇଁଛି ।

ପାଣିପାଗ ବିଭାଗର କହିବାନୁଯାୟୀ ଦୁଇଦିନ ହେବ ଭୁବନେଶ୍ୱର ତାପମାତ୍ରା ଦେଶରେ ସର୍ବାଧିକ ରହିଛି । ଏଭଳି ସ୍ଥିତି ଆହୁରି ୩/୪ ଦିନ ରହିବ । ସ୍ଥିତିରେ ପରିବର୍ତ୍ତନ ନ ହେଲେ ମାର୍ଚ୍ଚ ପହିଲାବେଳକୁ ପାରଦ ୪୦ ଡିଗ୍ରୀ ଛୁଇଁପାରେ । ବଡ଼ କଥା ହେଲା, ଭୁବନେଶ୍ୱର କେବଳ ତାପମାତ୍ରା ବଢ଼ିନି, ସ୍ୱାଭାବିକଠାରୁ ୫ ଡିଗ୍ରୀ ଅଧିକ ରହିଛି ।