ପ୍ରମୂଖ ଖବର
  • ଆହୁରି ୩ ରୁ ୪ ଦିନ ମଧ୍ୟରେ ରାଜ୍ୟର ସମସ୍ତ ଅଞ୍ଚଳକୁ ଅଗ୍ରସର ହୋଇପାରେ ମୌସୁମୀ, ଅନୁକୂଳ ରହିଛି ପାଗ
  • ||
  • ବଲାଙ୍ଗୀର; କନେଷ୍ଟବଲଙ୍କ ହତ୍ୟା ଘଟଣାର ପର୍ଦାଫାର୍ସ, ରତ୍ନପଥର ପାଇଁ କରାଯାଇଥିଲା ହତ୍ୟା, ୬ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ରାଜ୍ୟରେ ବଡ ଧରଣର ସିବିଆଇ ରେଡ୍, ୬୭ ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଟି-ଟ୍ୱେଣ୍ଟି କ୍ରିକେଟ୍ ବିଶ୍ୱକପ୍ ୨୦୨୪: ସେଣ୍ଟ୍‌ଭିନ୍‌ସେଣ୍ଟରେ ସାମ୍ନାସାମ୍ନି ହେବେ ବାଂଲାଦେଶ- ନେଦରଲାଣ୍ଡ୍‌ସ
  • ||
  • ଜୁନ୍ ୧୮ରେ ବାରାଣସୀ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ତୃତୀୟ ପାଳିରେ ହେବ ପ୍ରଥମ ଗସ୍ତ
  • ||
  • ଅରୁଣାଚଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ପେମା ଖାଣ୍ଡୁ, ସମାରୋହରେ ସାମିଲ୍ ହେବେ ଜେପି ନଡ୍ଡା, ଅମିତ ଶାହ
  • ||
  • ବିଧାୟକ ପଦରୁ ସପା ମୁଖ୍ୟ ଅଖିଳେଶ ଯାଦବଙ୍କ ଇସ୍ତଫା
  • ||
  • ପୁରୀ : ଖୋଲିଲା ଶ୍ରୀମନ୍ଦିର ୪ ଦ୍ବାର, ମଙ୍ଗଳ ଆଳତି ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||

ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ

ଭୁବନେଶ୍ୱର,୧୭/୦୫: ରାଜ୍ୟରେ ପୁଣି ତାତି ଲେଉଟିବ । ୪ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ତାତି ବଢ଼ିବ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ତାତି ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ତ୍ତମାନ ଦକ୍ଷିଣ ଗୋଲାର୍ଦ୍ଧ ବିଷୁବରେଖା ଅତିକ୍ରମ କରୁଥିବା ପବନ ଆରବ ସାଗରକୁ ଆସୁଛି । ତାହା ଆସିବା ପରେ ବଙ୍ଗୋପସାଗରରେ ପହଞ୍ଚୁଛି । ଫଳରେ ଆସନ୍ତା ୩ରୁ ୪ଦିନ ତାପମାତ୍ରା କ୍ରମଶ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଏହାର ପ୍ରଭାବ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ସିଧାସଳଖ ପଡିବ । ୧୮ ତାରିଖରେ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଆଦି ସ୍ଥାନରେ ଗ୍ରୀଷ୍ମପ୍ରବାହ ରହିପାରେ । ୧୯ ତାରିଖଠାରୁ ସାରା ରାଜ୍ୟରେ ତାପମାତ୍ରା ବଢ଼ିବ ।  ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ରେ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି । ଏହିସବୁ ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀରୁ ଅଧିକ ରହିବ । କଟକ-ଭୁବନେଶ୍ୱରରେ ତାପମାତ୍ରା ୪୦ ଡିଗ୍ରୀ ଭିତରେ ରହିବ ଓ କାଳବୈଶାଖୀର ସମ୍ଭାବନା ରହିଛି ।

  • PrameyaOdia
  • prameya
  • Heat Wave
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.