PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

୧୨ରୁ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର ୧୧/୯ : ଏବେ ନିୟମିତ ବର୍ଷା ସମ୍ଭାବନା ଅଛି । ହେଲେ ବିସ୍ତୃତ ଅଞ୍ଚଳରେ କିମ୍ବା ବଡ଼ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ । ବିଶେଷ କରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ ।ରାଜ୍ୟରେ ଏବେ ବର୍ଷା କମିଥବାବେଳେ ମହାନଦୀରେ ଜଳସ୍ତର ସେତେଟା ଖସିନି । ଆଜି ସନ୍ଧ୍ୟା ୬ଟାବେଳେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୨୫.୩୯ ଫୁଟ୍‌ ଥିଲା । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୪୧ ହଜାର ୮୭୫ ଘନ ଫୁଟ୍‌ ଜଳ ପ୍ରବେଶ କରୁଥିବାବେଳେ ୨୦ଟି ଗେଟ୍‌ ଦେଇ ସେତିକି ପରିମାଣର ପାଣି ଛଡ଼ାଯାଇଛି । ନରାଜରେ ଏବେ ବି ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି ମହାନଦୀ । ଜଳସ୍ତର ୨୬.୧୪ ମିଟର ରହିଛି । ଦେବୀରେ ଜଳସ୍ତର କମୁଥିବାବେଳେ କୁଶଭଦ୍ରା ଫୁଲୁଛି । ଅନ୍ୟ ନଦୀଗୁଡ଼ିକ ମଧ୍ୟରେ ବଂଶଧାରା କାଶୀନଗରରେ ସତର୍କ ସଙ୍କେତ (୫୩.୬୦ ମିଟର) ଡେଇଁ ୫୩.୮୮ ମିଟରରେ ପ୍ରବାହିତ ହେଉଛି ।

ଯଦିଓ ଅପରାହ୍ନରୁ ଜଳସ୍ତର କମୁଥିବା ଲକ୍ଷ୍ୟ କରାଯାଇଛି । ବର୍ଷା କମ୍‌ ଥିବାରୁ ବନ୍ୟା ଆଶଙ୍କା ଘନେଇବା ସମ୍ଭାବନା ନାହିଁ ।ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିର୍ଭସିଟିର ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ ପୂର୍ବାନୁମାନ ହେଲା, ରାଜ୍ୟରେ ବର୍ଷା ହେବ । ମାତ୍ର ବଡ଼ ବର୍ଷା ସମ୍ଭାବନା ନାହିଁ । ଝାଡ଼ଖଣ୍ଡ ଏବଂ ଓଡ଼ିଶା ସୀମାରେ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ଥିବାରୁ ୧୩ ଓ ୧୪ ତାରିଖରେ ଅଧିକ ବର୍ଷା ସମ୍ଭାବନା ଅଛି । ବିଶେଷକରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଅଧିକ ହେବ ।

ପାଣିପାଗ ବିଭାଗ କହିଛି, ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ । ୧୨ରୁ ବର୍ଷା ପରିମାଣ ବଢ଼ିପାରେ । ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହୋଇପାରେ । କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୧୩ ତାରିଖରେ ମଧ୍ୟ ବର୍ଷା ଅଧିକ ହୋଇପାରେ ।

ସମ୍ବନ୍ଧିତ ଖବର