PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଆଜି ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା: ୨୮ରୁ ଖସିବ ପାରଦ

ଭୁବନେଶ୍ୱର ୨୬/୧୨: ଆଜି ରାଜ୍ୟରେ ପାଗ ମେଘୁଆ ରହିବ । କେତେକ ସ୍ଥାନରେ ବର୍ଷା ହୋଇପାରେ । ବିଶେଷକରି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । କେତେକ ଜାଗାରେ କୁହୁଡ଼ି ମଧ୍ୟ ହୋଇପାରେ । ପୁଣି ୨୮ରୁ ରାଜ୍ୟରେ କ୍ରମାଗତ ରାତି ତାପମାତ୍ରା ହ୍ରାସ ପାଇବା ସହ ଥଣ୍ଡା କମିବ । ଏଭଳି ପୂର୍ବାନୁମାନ କରିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।

ଶ୍ରୀ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି, ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା ଓ କଳାହାଣ୍ଡିରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ସମ୍ଭାବନା ଅଛି । ଅନ୍ୟପକ୍ଷରେ ଉତ୍ତର ଓଡ଼ିଶା ସମେତ ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଘେରିପାରେ । ଆସନ୍ତା ୨-୩ ଦିନ ଧରି ଏଭଳି କୁହୁଡ଼ି ହେବ । ୨୮ ତାରିଖରୁ କ୍ରମଶଃ ରାତି ତାପମାତ୍ରା କମିବ । ବର୍ତ୍ତମାନ ତୁଳନାରେ ପ୍ରାୟ ୨ରୁ ୪ ଡିଗ୍ରୀ କମିଯିବ । ଏଥିଯୋଗୁ ଶୀତ ପ୍ରକୋପ ବଢ଼ିବ । ନୂଆବର୍ଷବେଳକୁ ମଧ୍ୟ କେତେକ ଜାଗାରେ ଅଧିକ ଥଣ୍ଡା ଅନୁଭୂତ ହୋଇପାରେ ।

ଆଜିର ରିପୋର୍ଟ ଅନୁଯାୟୀ କେବଳ ଫୁଲବାଣୀ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍‌ ତଳେ ଥିଲା । ଫୁଲବାଣୀ ସର୍ବନିମ୍ନ ତାପମାତ୍ରା ୯.୩ ଡିଗ୍ରୀ ଥିବାବେଳେ ଅନୁଗୁଳ ୧୦, ସୋନପୁର ୧୧.୮, ଟିଟିଲାଗଡ଼ ୧୨.୬, ତାଳଚେର ୧୨.୬, ସୁନ୍ଦରଗଡ଼ ୧୨.୫, କଟକ ୧୨.୮, ବାଲେଶ୍ୱର ୧୨.୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିଲା । ଦିନ ତମାମ କୌଣସି ସ୍ଥାନରେ ବର୍ଷା ହୋଇନଥିଲା ।