PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

ଆଉ ଦୁଇ ଦିନ ଭିଜିବ ଓଡ଼ିଶା, ଉପକୂଳ ସମେତ ୭ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା

ଭୁବନେଶ୍ୱର,୨୪/୦୧: ରାଜ୍ୟରେ ଆଉ ଦୁଇ ଦିନ ବର୍ଷା ହେବ । ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ଅନ୍ୟ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ମଙ୍ଗଳବାର ବି ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ରବିବାର ବାଲେଶ୍ୱର, ଚାନ୍ଦବାଲି, ବାରିପଦା, ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼ ଓ ସୋନପୁରରେ ସ୍ୱଳ୍ପ ବର୍ଷା ହୋଇଛି । ବାଲେଶ୍ୱରରେ ୧.୬ମିଲିମିଟର, ବାରିପଦାରେ ୧.୨, ଝାରସୁଗୁଡ଼ାରେ ୧.୨, କେନ୍ଦୁଝରରେ ୫, ସୁନ୍ଦରଗଡ଼ରେ ୩ ଓ ସୋନପୁରରେ ୨.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଆଉ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଏବେ ଶୀତ କମିଛି ।

ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ୧୫ଡିଗ୍ରୀ ଉପରେ ରହିଛି । ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୭.୭ଡିଗ୍ରୀ, ପୁରୀର ୨୦.୫, ବାରିପଦାର ୧୮.୪ ଏବଂ ଦାରିଙ୍ଗିବାଡ଼ିରେ ସବୁଠୁ କମ୍‌ ୧୦.୫ଡିଗ୍ରୀ ରେକର୍ଡ ହୋଇଛି।

ସମ୍ବନ୍ଧିତ ଖବର