PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ପୁଣି ୧୨ରୁ ବଢ଼ିପାରେ ବର୍ଷା: ଦୁଇ ଦିନ ବର୍ଷାର ପ୍ରକୋପ କମ୍ ରହିବ

ଭୁବନେଶ୍ୱର ୧୦/୯ : ବର୍ଷା ପ୍ରକୋପ କମିଛି । ଆସନ୍ତା ୨-୩ ଦିନ ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନାହିଁ । ବର୍ଷା କମିଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀର ଜଳସ୍ତର ଏବେ କମିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସଙ୍କ କହିବାନୁଯାୟୀ ଲଘୁଚାପ ଏବେ ଓଡ଼ିଶାରୁ ହଟି ମଧ୍ୟପ୍ରଦେଶ ଉପରେ ଅଛି । ତେଣୁ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୨-୩ ଦିନ ବିସ୍ତୃତ ଅଞ୍ଚଳରେ ବର୍ଷା ହୋଇନପାରେ । ଲଗାଣ ବର୍ଷା ସମ୍ଭାବନା କ୍ଷୀଣ । ତେବେ ୧୨ କିମ୍ବା ୧୩ ତାରିଖବେଳକୁ ପୁଣି ବର୍ଷା ବଢ଼ିପାରେ । ମାତ୍ର ଅତ୍ୟଧିକ ବର୍ଷା ହେବନି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିର୍ଭସିଟି ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ ଆକଳନ ହେଲା, ଏବେ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୧୩ ତାରିଖବେଳକୁ ଏକ ଘୂର୍ଣ୍ଣିବଳୟ ସ୍ଥଳଭାଗ ଉପରେ ସୃଷ୍ଟି ହୋଇପାରେ ।

ଏହା ପ୍ରଭାବରେ ୧୨ ତାରିଖରୁ ବର୍ଷା ବଢ଼ିବ । ୧୩ ଓ ୧୪ରେ ଅଧିକ ବର୍ଷା ସମ୍ଭାବନା ଅଛି । ବିଶେଷ କରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଜିଲ୍ଲା ସହ ଛତିଶଗଡ଼ରେ ମଧ୍ୟ ବର୍ଷା ପରିମାଣ ଅଧିକ ରହିବ ।

ପାଣିପାଗ ବିଭାଗ କହିଛି, ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ । କଟକ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବୁଧବାର ଉତ୍ତର ଓଡ଼ିଶା ସମେତ
କୋରାପୁଟ, ମାଲକାନଗିରି ଏବଂ ବାକି ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୨ ତାରିଖଠାରୁ ବର୍ଷା ବଢ଼ିବ । ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି ।

ମହାନଦୀ ଫୁଲିଥିବାରୁ ହୀରାକୁଦ ଜଳଭଣ୍ଡାରରେ ସନ୍ଧ୍ୟା ୬ଟାବେଳେ ଜଳସ୍ତର ୬୨୫.୫୦ ଫୁଟ୍‌ ଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୩ ଲକ୍ଷ ୨୯ ହଜାର ୪୨୫ ଘନ ଫୁଟ୍‌ ଜଳ ପ୍ରବେଶ କରୁଥିବାବେଳେ ୨୦ଟି ଗେଟ୍‌ ଦେଇ ୩ ଲକ୍ଷ ୪୨ ହଜାର ୧୩୦ ଘନ ଫୁଟ୍‌ ପାଣି ଛଡ଼ାଯାଉଛି । ଖଇରମାଳରେ ୫ ଲକ୍ଷ ୭୬ ହଜାର ଘନ ଫୁଟ ଜଳ ପ୍ରବାହିତ ହେଉଥିବାବେଳେ ବରମୁଳରେ ୬ ଲକ୍ଷ ୬୪ ହଜାର ଘନ ଫୁଟ ଓ ମୁଣ୍ଡୁଳିରେ ୭ ଲକ୍ଷ ୪୨ ହଜାର ୬୩୧ ଘନ ଫୁଟ ଜଳ ପ୍ରବାହିତ ହେଉଛି ।

ମହାନଦୀ ଫୁଲିଥିବାରୁ ନରାଜରେ ଜଳସ୍ତର ସତର୍କ ସଙ୍କେତ ଟପି ୨୬.୩୧ ମିଟରରେ ପ୍ରବାହିତ ହେଉଛି । ଆଳିପିଙ୍ଗଳରେ ଦେବୀ ନଦୀ ମଧ୍ୟ ବଢ଼ୁଛି । ବ୍ରାହ୍ମଣୀ ଜଳସ୍ତର ଜେନାପୁରରେ ବଢ଼ି ୨୦.୮୮ ମିଟରରେ ପହଞ୍ଚିଥିବାବେଳେ ସୁବର୍ଣ୍ଣରେଖା ମଧ୍ୟ ଫୁଲୁଛି । ବଂଶଧାରା ଗୁଣୁପୁରରେ ବଢ଼ି ୮୨.୨୫ ମିଟରରେ ପହଞ୍ଚିଛି । ରାଜ୍ୟରେ ବର୍ଷା କମିବା ସହ ପଡ଼ୋଶୀ ଛତିଶଗଡ଼ ଓ ଝାଡ଼ଖଣ୍ଡରେ ବର୍ଷା କମିଛି । ତେଣୁ ବନ୍ୟା ଆଶଙ୍କା ଟଳିଛି । ଆସନ୍ତାକାଲିଠାରୁ ଜଳସ୍ତର ଆହୁରି ଖସିବ ।

ସମ୍ବନ୍ଧିତ ଖବର