PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଆଜି ଲଘୁଚାପ, ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା: ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର ୦୯/୦୮: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ରହିଛି ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ଆଜି ଉତ୍ତର ଓ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ବଢ଼ିଯିବ । ଆସନ୍ତା ୧୩-୧୪ ତାରିଖ ଯାଏଁ ବର୍ଷା ଲାଗି ରହିବ । ବେଶି ବର୍ଷିର୍ବ ଦକ୍ଷିଣ ଓଡ଼ିଶାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଦକ୍ଷିଣରେ । ଲଗାଣ ବର୍ଷା ଯୋଗୁ ନଦୀ ଫୁଲିବା ସହ ଦକ୍ଷିଣ ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିପାରେ ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିଭର୍ସିଟିର ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ବେଶି ଘନୀଭୂତ ହେବନି । ହେଲେ ବର୍ଷା ପ୍ରବଳ ହେବ । ଉପକୂଳ ତୁଳନାରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ରବିବାର ରାତିରୁ ବର୍ଷା ବଢ଼ିପାରେ । ଆସନ୍ତା ୧୨ ତାରିଖ ଯାଏଁ ଅଧିକ ବର୍ଷା କରାଇବ । ଏହା ପରେ ବି ଆହୁରି ଦୁଇଦିନ ବର୍ଷା ହୋଇପାରେ ।

ମୁଖ୍ୟତଃ ଦକ୍ଷିଣ ଓଡ଼ିଶା ଓ ଏହାର ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଅଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାବାଦ୍‌ ନୟାଗଡ଼, ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଦକ୍ଷିଣ ଓଡ଼ିଶାରେ ପ୍ରାୟ ୩ ଦିନ ଧରି ଲଗାଣ ବର୍ଷା ହୋଇପାରେ । ଏହା ପ୍ରଭାବରେ ବଂଶଧାରା, ଋଷିକୂଲ୍ୟା ଓ ହାତୀ ନଦୀ ଜଳସ୍ତର ବଢ଼ିବା ସହ ବନ୍ୟା ଆଶଙ୍କା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସଙ୍କ କହିବାନୁଯାୟୀ ଆସନ୍ତା ୯ରୁ ୧୧ ତାରିଖ ଯାଏ ଅଧିକ ବର୍ଷା ହେବ । ୧୨ରେ ବର୍ଷା ପରିମାଣ ସାମାନ୍ୟ କମିବ । ଲଘୁଚାପ ହଟିବା ପରେ ବି ମୌସୁମୀ ସକ୍ରିୟ ରହିବା ଯୋଗୁ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ଅଛି ।

ପାଣିପାଗ ବିଭାଗ କହିଛି, ରବିବାରଠାରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ରବିବାର କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଜପତିରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି । ରାୟଗଡ଼ା, ମାଲକାନଗିରି, ଗଞ୍ଜାମ, ବଲାଙ୍ଗିର, ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।

ସୋମବାର ବର୍ଷା ଆହୁରି ବଢ଼ିବ । ଦକ୍ଷିଣର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ମାଲକାନଗିରି, କୋରାପୁଟ, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ରାୟଗଡ଼ା, ବୌଦ୍ଧ, ନୟାଗଡ଼, ଗଜପତି, ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ମଙ୍ଗଳବାର ବି ଏଭଳି ବର୍ଷା ଲାଗି ରହିବ । ବୁଧବାର ବର୍ଷା ପରିମାଣ ସାମାନ୍ୟ କମିବ ।

ସମ୍ଭାବ୍ୟ ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳ ସତର୍କ ରହିବାକୁ ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନା ନିର୍ଦ୍ଦେଶ ଦେଇଛନ୍ତି । ପରିସ୍ଥିତି ଅନୁସାରେ ପ୍ରତିକାର ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ମଧ୍ୟ କୁହାଯାଇଛି ।