PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ପାଗରେ ଆସିପାରେ ପରିବର୍ତନ ! ୧୪ରୁ ବର୍ଷା ସମ୍ଭାବନା, ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର କୁହୁଡ଼ି

ଭୁବନେଶ୍ୱର,୧୩।୧୨ : ଆସନ୍ତା ୧୪ ତାରିଖରୁ ଉତ୍ତର ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ଅପରପକ୍ଷେ ଆସନ୍ତାକାଲି(ଶୁକ୍ରବାର) ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ଆକଳନ କରିଛନ୍ତି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି, ଆସନ୍ତାକାଲି ପାଗ ଶୁଖିଲା ରହିବ । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ରହିବ । ସେହିପରି ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟରେ ମଧ୍ୟ ଆସନ୍ତା ୨-୩ଦିନ ପର୍ଯ୍ୟନ୍ତ କୁହୁଡ଼ି ରହିବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

ଶନିବାରଠୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ରବିବାର ମଧ୍ୟ ଏସବୁ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଆସନ୍ତାକାଲିଠୁ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପ ବର୍ଷା ହେବ । ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗୀର, ନୂଆପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ୧୩ ଓ ୧୪ ତାରିଖରେ ସ୍ୱଳ୍ପ ବର୍ଷା ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି । ମାତ୍ର ଉପକୂଳ ଓଡ଼ିଶାରେ ଆସନ୍ତାକାଲି ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି ।

ଗୁରୁବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସରେ ପହଞ୍ଚିଥିବା ବେଳେ ଫୁଲବାଣୀ ଓ ଅନୁଗୁଳରେ ୧୧ ଡିଗ୍ରୀ, ସୋନପୁରରେ ୧୧.୨, ଟିଟିଲାଗଡ଼ରେ ୧୧.୬, ସୁନ୍ଦରଗଡ଼ରେ ୧୨.୫ ଓ କୋରାପୁଟରେ ୧୩ ଡିଗ୍ରୀ ସେଲସିୟସ୍‌ ପହଞ୍ଚିଛି ।

ସମ୍ବନ୍ଧିତ ଖବର