PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ପଶ୍ଚିମବଙ୍ଗରେ ରାଜନୈତିକ ହିଂସା; ଦକ୍ଷିଣ ୨୪ ପ୍ରାଗଣାରେ ବିଜେପି କର୍ମୀଙ୍କ ଉପରକୁ ଟିଏମସି କର୍ମୀଙ୍କ ବୋମାମାଡ, ୬ ଗୁରୁତର…

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଆରମ୍ଭ ହୋଇଥିବା ରାଜନୈତିକ ଯୁଦ୍ଧ ବର୍ତ୍ତମାନ ସାଂଘାତିକ ରୂପ ନେଇଛି । ଲାଠି-ଦଣ୍ଡା ଏବଂ ପଥରମାଡ ପରେ ଏବେ ଏଠାରେ ବୋମା ବିସ୍ଫୋରଣ ମଧ୍ୟ ସାଧାରଣ ହୋଇଗଲାଣି । ଶନିବାର ଦିନ ଦକ୍ଷିଣ ୨୪ ପ୍ରାଗଣାରେ ମଧ୍ୟ ଏହିପରି ବିସ୍ଫୋରଣ ଘଟିଥିବାର ଦେଖିବାକୁ ମିଳିଛି । ​​ଯେଉଁଥିରେ ଭାରତୀୟ ଜନତା ପାର୍ଟିର ୬ ଜଣ କର୍ମୀ ଆହତ ହୋଇଥିଲେ ।

ଆହତଙ୍କ ପରିବାର ସଦସ୍ୟ କହିଛନ୍ତି ଯେ ଶୁକ୍ରବାର ରାତିରେ ଗୋସାବାସ୍ଥିତ ରାମପୁର ଗ୍ରାମରେ ଏକ ବିବାହ ଉତ୍ସବରୁ ଫେରୁଥିବା ବେଳେ ଏହି ଘଟଣା ଘଟିଛି । ଏହି ସମୟରେ ସ୍ଥାନୀୟ ତୃଣମୁଳ କାର୍ଯ୍ୟକର୍ତ୍ତାମାନେ ତାଙ୍କ ଉପରକୁ ବୋମା ଫିଙ୍ଗିଥିଲେ । ଏଥିରେ ୬ ଜଣ ଆହତ ହୋଇଥିଲେ। ଏହା ପରେ ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ କ୍ୟାନିଂ ସବ୍-ଡିଭିଜନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଜଣେ ବିଜେପି କର୍ମୀଙ୍କ ଘରେ ଦେଶୀ ବୋମା ତିଆରି କରାଯାଉଥିବା ପୋଲିସ କହିଛି ।

ପୋଲିସ ଅଧିକାରୀ କହିଛନ୍ତି ଯେ ଶୁକ୍ରବାର ରାତିରେ ଟିଏମସି ଏବଂ ବିଜେପି କର୍ମୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ଯେଉଁଥିରେ ସେମାନେ ପରସ୍ପର ଉପରକୁ ବୋମା ଫିଙ୍ଗିଥିଲେ । ଆମେ ଏହି ଘଟଣାର ଅନୁସନ୍ଧାନ କରି ସ୍ଥାନୀୟ ଲୋକଙ୍କ ସହ କଥାବାର୍ତ୍ତା କରୁଛୁ । ଏ ବାବଦରେ ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନାହିଁ । ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ବହୁ ସଂଖ୍ୟକ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଏଥିସହ ଫରେନସିକ୍ ଏବଂ ବୋମା ନିଷ୍କିୟକାରୀ ଦଳକୁ ମଧ୍ୟ ଘଟଣାସ୍ତଳକୁ ଡକାଯାଇଛି ।

ସମ୍ବନ୍ଧିତ ଖବର