ପ୍ରମୁଖ ଖବର
  • ଦିଲ୍ଲୀ ଏନସିଆରର ୫୦ରୁ ଉର୍ଦ୍ଧ୍ଵ ସ୍କୁଲରେ ଖଞ୍ଜା ହୋଇଛି ବମ୍ ! ଧମକପୂର୍ଣ୍ଣ ଇମେଲ୍ ଆସିବା ପରେ ଚାରିଆଡ଼େ ଚାଞ୍ଚଲ୍ୟ
  • ||
  • ଶ୍ରମିକ ଦିବସ; ଦୁର୍ଦ୍ଦିନରେ ଘରୋଇ ସହାୟିକା, ସରକାରୀ ସହାୟତାରୁ ହେଉଛନ୍ତି ବଞ୍ଚିତ
  • ||
  • ବିଜେଡି ବିଧାୟକ ପ୍ରାର୍ଥୀ ସୁଶାନ୍ତଙ୍କ ନାଁରେ ୮ କୋଟିର ଅସ୍ଥାବର ସମ୍ପତ୍ତି; ସ୍ତ୍ରୀଙ୍କ ନାଁରେ ୧୬ କୋଟିର ସମ୍ପତ୍ତି, ୧୫୦ ଗ୍ରାମ ସୁନା
  • ||
  • ବିଳମ୍ୱ ହେବ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ, ଧିମେଇଛି ଡିଜିଟାଲ ସାର୍ଟିଫିକେଟ୍ ପ୍ରସ୍ତୁତି କାମ
  • ||
  • ବଡ଼ବିଲ : କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ସାଲେପୁର : ଟ୍ରାକ୍ଟର ତଳେ ଚାପିହୋଇ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ସମେତ ୪ ଆହତ
  • ||
  • ଅଗ୍ନିକୁଣ୍ଡ ପାଲଟିଲା ସାରା ରାଜ୍ୟ, ୬ରୁ ଆଶ୍ୱସ୍ତି... ୭ରେ ବର୍ଷା
  • ||
  • ୧୧୪ ଡିଗ୍ରୀ ଫାରେନହାଇଟ୍‌ରେ କଲବଲ, ଅଂଶୁଘାତର ଶିକାର ହୋଇ ୩୦ଜଣ ହସ୍ପିଟାଲ ଗଲେ
  • ||

ଓଡ଼ିଶାରେ କେଉଁଠି କେତେବେଳେ ହେବ ମତଦାନ ? ଜାଣନ୍ତୁ...

ଭୁବନେଶ୍ଵର, ୧୮/୦୪ : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ରାଜ୍ୟର ୪ ସଂସଦୀୟ କ୍ଷେତ୍ର, ୨୮ ବିଧାନସଭା ଆସନରେ ନିର୍ବାଚନ ପଡ଼ିବ। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟିଂ ହେବ। ଏନେଇ ସମୟ ନିର୍ଘଣ୍ଟ କରାଯାଇଛି। ସବୁଠି ସକାଳ ୭ଟାରୁ ଭୋଟ ଆରମ୍ଭ ହେବ। ମାତ୍ର ମତଦାନର ଶେଷ ସମୟ ଭିନ୍ନ ରହିବ। 

ଭୋଟିଂ ସମୟ-

ବ୍ରହ୍ମପୁରର ୬ଟି ବିଧାନସଭା କ୍ଷେତ୍ରରେ ୭ଟା ରୁ ୬ଟା ଭୋଟିଂ 

ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡିରେ ସକାଳ ୭ଟାରୁ ୬ଟା ଭୋଟିଂ 

ଚିକିଟି ଓ ପାରଳାଖେମୁଣ୍ଡିରେ ୭ଟା ରୁ ୬ଟା ପର୍ଯ୍ୟନ୍ତ ଭୋଟିଂ

ମୋହନାରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଭୋଟିଂ

------------

କୋରାପୁଟର ୪ଟି ବିଧାନସଭା କ୍ଷେତ୍ରରେ ୭ଟା ରୁ ୫ଟା ଭୋଟିଂ

ଗୁଣୁପୁର, ବିଷମକଟକ, ରାୟଗଡ଼ା, କୋରାପୁଟରେ ୫ଟା ଯାଏ ଭୋଟିଂ

ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ରୁ ୪ଟା ଯାଏ ଭୋଟିଂ

ଜୟପୁରରେ ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଭୋଟିଂ

------------

କଳାହାଣ୍ଡି ନୂଆପଡ଼ାର କିଛି ପୋଲିଂ ଷ୍ଟେସନରେ ୭ଟା ରୁ ୫ଟା, ବାକିରେ ୭ଟା ରୁ ୪ଟା ଯାଏଁ ଭୋଟିଂ

ଖଡ଼ିଆଳରେ ୨୯ଟି ପୋଲିଂ ଷ୍ଟେସନ୍‌ରେ ୪ଟା, ବାକିରେ ୫ଟା ଯାଏ

ଲାଞ୍ଜିଗଡ଼ରେ ସବୁଠି ସକାଳ ୭ରୁ ୪ଟା ପର୍ଯ୍ୟନ୍ତ ମତଦାନ

ଜୁନାଗଡ଼, ଧର୍ମଗଡ଼, ଭବାନିପାଟଣାରେ ୭ରୁ ୫ଟା ଯାଏ ଭୋଟିଂ

ନର୍ଲାର ୭ଟି ପୋଲିଂ ଷ୍ଟେସନରେ ୭ରୁ ୪, ବାକିରେ ୫ଟା ଯାଏ ଭୋଟିଂ

--------------

ନବରଙ୍ଗପୁରର ୧୦ଟି ପୋଲିଂ ଷ୍ଟେସନରେ ୭ଟାରୁ ୪ଟା ଭୋଟିଂ , ଅନ୍ୟ ସବୁ ପୋଲିଂ ଷ୍ଟେସନରେ ୬ଟା ଯାଏ ଭୋଟିଂ

ଡାବୁଗାଁରେ ୪ ପୋଲିଂ ଷ୍ଟେସନରେ ୭ଟାରୁ ୪ଟା ଯାଏ ମତଦାନ, ଅନ୍ୟ ସମସ୍ତ ପୋଲିଂ ଷ୍ଟେସନରେ ୬ଟା ଯାଏ ମତଦାନ

କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ ଭୋଟିଂ

--------------

ଉଲ୍ଲେଖଯୋଗ୍ୟ, ପ୍ରଥମ ଦଫା ଭୋଟ ପାଇଁ ବିଜେପି ଏଯାଏ କୋରାପୁଟ ଲୋକସଭା ଅନ୍ତର୍ଗତ ଜୟପୁର ବିଧାନସଭା ଆସନ ପାଇଁ ଯୋଦ୍ଧା ସ୍ଥିର କରିନି । ସେହିଭଳି କଂଗ୍ରେସ ମଧ୍ୟ ବ୍ରହ୍ମପୁର ଲୋକସଭା ଅନ୍ତର୍ଗତ ଛତ୍ରପୁର ଓ ଗୋପାଳପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନି ।

ପ୍ରଥମ ପର୍ଯ୍ୟାୟରେ ନୂଆପଡ଼ା, ଖରିଆର, ଲାଞ୍ଜିଗଡ, ଜୁନାଗଡ, ଧର୍ମଗଡ, ଭବାନିପାଟଣା, ନର୍ଲା, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡା ବିଧାନସଭା ଆସନରେ ଭୋଟ ଗ୍ରହଣ କରାଯିବ । ଏହାସହ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀରେ ଭୋଟରମାନେ ନିଜ ପସନ୍ଦର ପ୍ରାର୍ଥୀ ଚୟନ କରିବେ।

Also Read :-

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ଶୁକ୍ରବାର ୧୦୨ ଆସନରେ ହେବ ମତଦାନ





  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.