ଘଡଘଡି ସହ ବର୍ଷା ସମ୍ଭାବନା, ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର ୧୪/୩: ୫ଟି ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ । ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । କେନ୍ଦୁଝର, ସୁନ୍ଦରଗଡ, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାକୁ ସତର୍କ କରାଯାଇଛି । ଏହି ଜିଲ୍ଲାମାନଙ୍କରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ନେଇ ସତର୍କତା ଜାରି କରାଯାଇଛି ।