ପ୍ରମୁଖ ଖବର
  • ବିହାର ପଟଣାରେ ଭୟାବହ ଅଗ୍ନିକାଣ୍ଡ; ହୁତୁ ହୁତୁ ହୋଇ ଜଳିଲା ହୋଟେଲ, ୩ ମୃତ
  • ||
  • କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା, ଡିଭିଜନ ବେଞ୍ଚରେ ଅପିଲ କଲେ ରାଜ୍ୟ ସରକାର
  • ||
  • ପୁରୀରେ ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ ରଥକାଠ, ସମୁଦାୟ ୨୫ ଖଣ୍ଡ କାଠ ଆସିଲା
  • ||
  • ବିଶ୍ୱ ମ୍ୟାଲେରିଆ ଦିବସ, ଏ ବର୍ଷର ଥିମ ‘ଅଧିକ ସମନ୍ୱିତ ବିଶ୍ୱ ପାଇଁ ମ୍ୟାଲେରିଆ ବିରୋଧୀ ଲଢ଼େଇକୁ ତ୍ୱରାନ୍ୱିତ କରିବା’
  • ||
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||

ମା’ମାନେ ବିକାଶର ପ୍ରକୃତ ଡବଲ ଇଞ୍ଜିନ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭବାନୀପାଟଣା ୯।୪: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜୟପାଟଣାର ସାଧାରଣ ସଭାରେ ଯୋଗଦେଇ କହିଛନ୍ତି ମା’ମାନେ ବିକାଶର ପ୍ରକୃତ ଡବଲ ଇଞ୍ଜିନ୍ । ବିଜେଡ଼ି କ୍ଷମତାକୁ ଆସିଲେ ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସହାୟତା ରାଶି ବୃଦ୍ଧି କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନବୀନ । ମା’ମାନଙ୍କୁ ୭ ଲକ୍ଷ ବଦଳରେ ୧୦ ଲକ୍ଷ ପ୍ରଦାନ କରାଯିବ । ଏହାବ୍ୟତୀତ ମିଶନ ଶକ୍ତିର ମା’ମାନଙ୍କୁ ୫ ହଜାର କୋଟି ପର୍ଯ୍ୟନ୍ତ ସରକାରୀ କାମ ଯୋଗାଇ ଦିଆଯିବ ।

ଗରିବ ଝିଅମାନଙ୍କୁ ବିବାହ ସମୟରେ ୨୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ ।ସବୁ ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନଙ୍କ ପାଇଁ ବିନା ସୁଧରେ ୫ ଲକ୍ଷ ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ । ରାଜ୍ୟର ସମସ୍ତ ଝିଅଙ୍କୁ ମାଗଣାରେ ଶିକ୍ଷା ସୁବିଧା ଉପଲବ୍ଧ କରାଯିବ । କେଜିରୁ କଲେଜ, ମେଡ଼ିକାଲ, ଇଞ୍ଜିନିୟରିଂ ସବୁ ପାଠ୍ୟକ୍ରମପାଇଁ ମାଗଣାରେ ପଢ଼ିପାରିବେ ଝିଅମାନେ ।

ଦଳ ସରକାର ଗଢ଼ିଲେ ଆଶ୍ରମ ସ୍କୁଲ ପରିଚାଳନା, ଡାକ୍ତରଖାନା ପରିଚାଳନା, ସ୍କୁଲ ୟୁନିଫର୍ମ ଯୋଗାଣ ଅନେକ ସରକାରୀ କାମ ପାଇଁ ମିଶନ ଶକ୍ତିର ମା’ମାନଙ୍କୁ ନିୟୋଜିତ କରାଯିବ ଏହାଦ୍ୱାରା ମିଶନ ଶକ୍ତିର ମା’ମାନେ ୫ ଶହ କୋଟି ଟଙ୍କାର ଲାଭ ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ। ଭବାନୀପାଟଣାର ରେଳ ୱାଗନ, ଦୁଇଗୁଣା ଏମଏସପି, ସବୁ ଜମିକୁ ଜଳସେଚନ, ଏସସି/ଏସଟି ପିଲାଙ୍କ ବୃତ୍ତି କାହିଁକି ବନ୍ଦ କରାଗଲା ପ୍ରଶ୍ନ କରିବା ନେଇ ଜନସାଧାରଣଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

.

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.