PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

କାଠଯୋଡ଼ିକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଠିକଣା ସମୟରେ ଉଦ୍ଧାର କଲା ପୁଲିସ

ଫୁଲନଖରା,୦୬/୦୮: କାଠଯୋଡ଼ି ନଦୀ ପୋଲରୁ ଡେଇଁ ଆତ୍ମହତ୍ୟା ପାଇଁ ଉଦ୍ୟମ କରୁଥିବା ଜନୈକା ମହିଳାଙ୍କୁ ପୋଲିସ ଉଦ୍ଧାର କରିଛି । କଟକ ବକ୍ସିବଜାର ଅଧୀନ ମେରିଆବଜାରର ଏହି ମହିଳା ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ଏକ ସାଇକେଲରେ କାଠଯୋଡ଼ି ନଦୀ ପୋଲ ନିକଟକୁ ଆସିଥିଲେ । ପରେ ସାଇକେଲ ଥୋଇ ପୋଲ ଉପରୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ । ତେବେ ସଂଯୋଗବଶତଃ ମଧୁପାଟଣା ଥାନା ପିସିଆର ଭ୍ୟାନ ସେହି ସମୟରେ ଯାଇଥିଲା । ପୁଲିସ ତୁରନ୍ତ ସେଠାରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରିଥିଲା । ପରେ ତାଙ୍କୁ କଟକ ସଦର ଥାନା ପୋଲିସ ଜିମା ଦିଆଯାଇଥିଲା । ସଦର ପୋଲିସ ମହିଳାଙ୍କ ପରିବାର ଲୋକଙ୍କୁ ଖବର ଦେବା ସହିତ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କଟକ ବଡ଼ ମେଡ଼ିକାଲକୁ ପଠାଇଥିବା ଜଣାଯାଇଛି । ପାରିବାରିକ କଳହରୁ ସେ ଏପରି ଚରମ ନିଷ୍ପତ୍ତି ନେଇଥିବା ପୋଲିସ ସୂଚନା ଦେଇଛି ।