PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

‘ଗୋସଂପଦର ବିକାଶରେ ଉଦ୍ୟୋଗୀମାନଙ୍କ ଭୂମିକା’ ଶୀର୍ଷକ କର୍ମଶାଳା: ‘ଗୋସଂପଦର ବିକାଶରେ ରାଜ୍ୟ ବିକାଶ ସମ୍ଭବ’

ଭୁବନେଶ୍ୱର  ୧୦/୯: ଗୋପାଳନ ରାଜ୍ୟ ଅର୍ଥନୈତିକ ବିକାଶର ଏକ ପ୍ରମୁଖ ଉପାଦାନ । କୃଷକମାନଙ୍କ ଆୟରେ ଉଲ୍ଲେଖନୀୟ ଅଭିବୃଦ୍ଧି ନିମନ୍ତେ ପ୍ରାଣୀପାଳନ ବିଶେଷ କରି ଗୋପାଳନ ଏକାନ୍ତ ଆବଶ୍ୟକ । ତେଣୁ ଗୋପାଳନର ବିକାଶ ନିମନ୍ତେ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି ।

ଆଜି ପୂର୍ବାହ୍ନରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ଦ୍ୱାରା କୃଷିଭବନଠାରେ ଆୟୋଜିତ ‘ଗୋସଂପଦର ବିକାଶରେ ଉଦ୍ୟୋଗୀମାନଙ୍କ ଭୂମିକା’ ଶୀର୍ଷକ କର୍ମଶାଳାରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ମନ୍ତ୍ରୀ ଡ. ସାହୁ କହିଲେ ଯେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବିଗତ ବର୍ଷଗୁଡ଼ିକରେ କ୍ରମାଗତ ଭାବରେ ବୃଦ୍ଧି ପାଇଛି । ଅଧିକରୁ ଅଧିକ ଲୋକ ଦୁଗ୍ଧ ଚାଷକୁ ଆପଣେଇଛନ୍ତି । କମ ଖର୍ଚ୍ଚରେ ଅଧିକ ଦୁଗ୍ଧ ଉତ୍ପାଦନ କରିବା ପାଇଁ ରାଜ୍ୟ ସରକାର ଅନେକଗୁଡ଼ିଏ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଅତି କମ୍‌ରେ କୋଡ଼ିଏଟି ଦୁଧିଆଳୀ ଗାଈ ବା ମଇଁଷି ରଖିଲେ ରାଜ୍ୟ ସରକାରଙ୍କ ପକ୍ଷରୁ ସାଧାରଣ ବର୍ଗ ହିତାଧିକାରୀଙ୍କ ପାଇଁ ୪୦ ପ୍ରତିଶତ ଏବଂ ମହିଳା ଓ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିଙ୍କ ପାଇଁ ୫୦ ପ୍ରତିଶତ ରିହାତି ବ୍ୟବସ୍ଥା କରାଯାଇଛି । ଏଥି ସହିତ ଏହି ଯୋଜନାରେ ଗୋପାଳନ ନିମନ୍ତେ ନେଇଥିବା ଋଣ ଉପରେ ଏକ ନିର୍ଦ୍ଦିଷ୍ଟ ପ୍ରତିଶତ ସୁଧ ସରକାର ପଇଠ କରୁଛନ୍ତି ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତି । ରାଜ୍ୟରେ ଦୁU ଉତ୍ପାଦନ ବୃଦ୍ଧି ପାଉଥିବାବେଳେ ଏହାର ସଠିକ୍‌ ବିକ୍ରିବଟା ଏବଂ ଖାଉଟିମାନଙ୍କୁ ଉନ୍ନତ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ ଯୋଗାଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୈନିକ ୧୫ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।

କର୍ମଶାଳାର ଉଦ୍‌ଘାଟକ ଭାବରେ ଯୋଗଦେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଲେ ଦୁଗ୍ଧଚାଷ କ୍ଷେତ୍ରରେ ସମବାୟ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଛି । ଅଧିକ ଗୋପାଳନ ଦ୍ୱାରା ଚାଷୀମାନେ ବର୍ଷସାରା ରୋଜଗାର ପାଇପାରିବେ ଓ ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ । ରାଜ୍ୟର ଖାଉଟିମାନଙ୍କ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ଲକ୍ଷ୍ୟରେ ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟର ବ୍ୟବହାର ବୃଦ୍ଧି କରିବାକୁ ପଡ଼ିବ । ମିଲ୍କ ୟୁନିୟନ୍‌କୁ ସବୁ ଜିଲ୍ଲାକୁ ସଂପ୍ରସାରିତ କରିବାର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ । ଏଥି ସହିତ ଗୋସଂପଦର ବିକାଶ ନିମନ୍ତେ ପ୍ରତ୍ୟେକ ଜିଲ୍ଲାରେ କର୍ମଶାଳାର ଆୟୋଜନ କରିବା ଜରୁରୀ, ଯେପରି ଦୂରଦୂରାନ୍ତରେ ଥିବା ଦୁଗ୍ଧ ଚାଷୀମାନେ ଦୁଗ୍ଧ ଚାଷରେ ଆଧୁନିକ ଜ୍ଞାନକୌଶଳର ବ୍ୟବହାର ସଂପର୍କରେ ଜାଣିପାରିବେ ଏବଂ ଅଧିକରୁ ଅଧିକ ଦୁUଚାଷ ପ୍ରତି ଆଗ୍ରହ ପ୍ରକାଶ କରିବେ । ଦୁଗ୍ଧ ଚାଷର ଆବଶ୍ୟକତା ଅନୁଯାୟୀ ସମବାୟ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ ।

ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆସିଥିବା ଦୁଗ୍ଧ ଚାଷୀମାନେ ଦୁଗ୍ଧ ଚାଷ କ୍ଷେତ୍ରରେ ସେମାନଙ୍କର ଅଭିଜ୍ଞତା, ଅସୁବିଧା ଓ ଦୁଗ୍ଧ ର କ୍ରୟମୂଲ୍ୟ ବୃଦ୍ଧିର ଆବଶ୍ୟକତା ସଂପର୍କରେ ମତ ରଖିଥିଲେ । କର୍ମଶାଳା ଅବସରରେ କୃଷି ଉତ୍ପାଦନ କମିଶନର ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ ଯୋଗଦେଇ ବିଭାଗ ପକ୍ଷରୁ ଗୋସଂପଦର ବିକାଶ ନିମନ୍ତେ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା କରିଥିଲେ । କର୍ମଶାଳା ପ୍ରାରମ୍ଭରେ ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରତ୍ନାକର ରାଉତ କର୍ମଶାଳାର ଆଭିମୁଖ୍ୟ ସଂପର୍କରେ ଆଲୋଚନା କରିଥିବାବେଳେ ଓମ୍‌ଫେଡ଼୍‌ର ଜେନେରାଲ୍‌ ମ୍ୟାନେଜର ଧନ୍ୟବାଦ ଅର୍ପଣ କରିଥିଲେ ।

ସମ୍ବନ୍ଧିତ ଖବର