PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର:ହାତୀଦାନ୍ତ ରାକେଟକୁ ମାଡିବସିଲା ଏସ୍ ଟି ଏଫ୍ ଟିମ୍, ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି, ବଲାଙ୍ଗୀର ରେଞ୍ଜ ଦେଓଗାଁ ଅଞ୍ଚଳରୁ ରାକେଟ ଧରାପଡ଼ିଥିବା ସୂଚନା
  • ||
  • ଭୁବନେଶ୍ୱର ନୟାପଲ୍ଲୀରୁ କଣ୍ଟ୍ରାକ୍ଟ କିଲର ଗିରଫ ମାମଲା , ଦ୍ୱିତୀୟ ପର୍ଯ୍ୟାୟରେ ୪ଦିନିଆ ରିମାଣ୍ଡରେ ଯିବେ ୨ କିଲର( ସମ୍ପଦ ସାହୁ , ପ୍ରଶାନତ ଦାସ), ରିମାଣ୍ଡ ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ସମ୍ବଲପୁର ସହରର ଟାଂଗରପାଲିରେ ଟ୍ରକ ଧକ୍କାରେ ଗୋଟିଏ ପରିବାରର ୪ ଗୁରୁତର
  • ||
  • ଆସନ୍ତାକାଲି ସକାଳ ୧୦.୩୦ ଯାଏ ବିଧାନସଭା ମୁଲତବୀ , ସର୍ବଦଳୀୟ ବୈଠକରେ ବାହାରିଲାନି କୌଣସି ନିଷ୍କର୍ଷ ବୋଲି କହିଲେ ବାଚସ୍ପତି
  • ||
  • ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
  • ||
  • ୧୦ ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ନାକଟିଦେଉଳ: ବାରହା ମାଂସ ଜବତ, ଜନ୍ତୁ ଶିକାର ଅଭିଯୋଗରେ ଶିକାରୀ କୋର୍ଟ ଚାଲାଣ ।
  • ||
  • ଭବାନୀପାଟଣା: ବସ୍‌କୁ ସଜାଡୁଥିଲେ ଡ୍ରାଇଭର, ଅଚାନକ ଗାଡ଼ି ଜେକ ଖସି ଯିବାରୁ ଚକା ତଳେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ପୁରୀ: ପୁରୀ ଅଜମେର ଟ୍ରେନରେ ଧୂଆଁ, ଗୋଟିଏ ଘଣ୍ଟା ବିଳମ୍ବ
  • ||
  • ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଧରାପଡିଲେ ଖୋର୍ଦ୍ଧା ସହକାରୀ ଯନ୍ତ୍ରୀ, ଜଣେ ଠିକାଦରଙ୍କଠୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ
  • ||
  • ଭୁବନେଶ୍ଵର : ଷଷ୍ଠ ଦିନରେ ବିଧାନସଭା ଅଚଳ, ବିରୋଧୀଙ୍କ ଘଣ୍ଟ ମାଡ଼ରେ କମ୍ପିଲା ଗୃହ, ଗଙ୍ଗା ଜଳ ଛିଞ୍ଚିଲା ବିଜେଡି
  • ||
  • ତେଲକୋଇ : ତେଲକୋଇ ଫରେଷ୍ଟ ବିଟ୍‌ରେ ହାତୀ ଉପଦ୍ରବ, ନଷ୍ଟକଲେ ଏକର ଏକର ଧାନ ଫସଲ
  • ||
  • ବାଲିକୁଦା : ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୁଟ୍ କରିବା ବେଳେ ଧରାପଡ଼ିଲେ ୩ ଚୋର, ଖୋର୍ଦ୍ଧାରେ ବିକ୍ରି କରୁଥିଲେ ଚୋରି ଯନ୍ତ୍ରାଂଶ
  • ||
  • କଟକ : ଭିଜିଲାନ୍ସ ଜାଲରେ OSAP ସିପାହୀ, ନଗଦ ୨ ଲକ୍ଷ ୯୪ ହଜାର ଟଙ୍କା ଜବତ
  • ||
  • କଳାହାଣ୍ଡି : ରୋଗୀ ଆଣିବାକୁ ଯିବାବେଳେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଆମ୍ବୁଲାନ୍ସ
  • ||
  • ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ, ଆଉ ଜଣଙ୍କ ଜୀବନ ନେଲା କୋଭିଡ୍
  • ||
  • ଗଜପତି: ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡାଇ ଗୋଡାଇ କାବୁ କଲା ପୋଲିସ
  • ||
  • ଚାନ୍ଦବାଲି: ସ୍ଥାୟୀ ଘରଡିହ ପଟା ପାଇଁ ଦାବି କରିବାରୁ ବାସହରା ହେଲେ ୧୧ ପରିବାର, ରାଜରାସ୍ତାରେ ଶୀତ କାକରରେ କଟୁଛି ଜୀବନ
  • ||
  • ବୁର୍ଲା: ଭିମସାରରେ ୨ ଛାତ୍ରଛାତ୍ରୀଙ୍କ ଠାରେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ
  • ||
  • ପାରଳାଖେମୁଣ୍ଡି: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||

ବିଶ୍ବ ବ୍ୟାଙ୍କରୁ ପାକିସ୍ତାନକୁ ଝଟକା, ୨୦ କୋଟି ଡଲାରର ଜଳ ପ୍ରୋଜେକ୍ଟ ରୋକାଗଲା

ଇସଲାମାବାଦ,୨।୪:  ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ହେବାକୁ ଥିବା ଏକ ଜଳ ପ୍ରକଳ୍ପ ପାଇଁ ମଞ୍ଜୁର ହୋଇଥିବା ୨୦ କୋଟି ଡଲାରର ଋଣକୁ ବିଶ୍ଵବ୍ୟାଙ୍କ ଅଟକାଇ ଦେଇଛି। ଯାହାଫଳରେ ବିଶ୍ବ ବ୍ୟାଙ୍କ ନିକଟରୁ ପାକିସ୍ତାନକୁ ମିଳିଛି ଏକ ବଡ ଝଟ୍‌କା । ଏହି ଋଣକୁ ବନ୍ଦ କରିବା ନେଇ ବିଶ୍ବ ବ୍ୟାଙ୍କ ନେଇଥିବା ନିଷ୍ପତ୍ତିର ମୁଖ୍ୟ କାରଣ ହେଉଛି ଦେଶର ପ୍ରଗତି ଏବଂ ନିୟନ୍ତ୍ରଣରେ ଅଭାବ। ଏଥିପାଇଁ  ଆଗାମୀ ୩୦ ଦିନ ପର୍ଯ୍ୟନ୍ତ ଉକ୍ତ ଜଳ ପ୍ରକଳ୍ପ ଉପରେ ରୋକ ଲଗାଯାଇଥିବା ନେଇ ବିଶ୍ଵବ୍ୟାଙ୍କ ମୁଖପାତ୍ର ମରିୟମ ଅଲତାଫ କହିଛନ୍ତି।

ବିଶ୍ବ ବ୍ୟାଙ୍କ ସହିତ ସମନ୍ବିତ ଜଳ ସମ୍ପଦ ପରିଚାଳନା ଏବଂ ବିକାଶ ଯୋଜନାରେ ଏକ ବୃହତ ଜଳ ପ୍ରକଳ୍ପ ଲାଗି ବେଲୁଚିସ୍ତାନ ୩ବର୍ଷ ତଳେ ଏକ ଚୁକ୍ତି କରିଥିଲା। ଏହି ପ୍ରକଳ୍ପରେ ୨୦ କୋଟି ୯୭ ଲକ୍ଷ ଡଲାର ଅର୍ଥରାଶି ଖର୍ଚ୍ଚ ହେବ ବୋଲି ବିଶ୍ଵବ୍ୟାଙ୍କ ଆକଳନ କରିଥିଲା। ଏହାସହ ୨୦ କୋଟି ଡଲାର ଋଣ ଦେବ ବୋଲି ମଧ୍ୟ ପ୍ରତିଶୃତି ଦେଇଥିଲା। କିନ୍ତୁ ଦେଶରେ ପ୍ରଗତି, ପାଣ୍ଠି ବଣ୍ଟନ, ନାଗରିକମାନେ କାର୍ଯ୍ୟରେ ଆଗକୁ ବଢ଼ିବା ଏବଂ ନିୟନ୍ତ୍ରଣ ଆଦିରେ ଅଭାବ ଦେଖିବାକୁ ମିଳୁଥିବାରୁ ବିଶ୍ଵବ୍ୟାଙ୍କ ଏପରି ପଦକ୍ଷେପ ନେଇଛି। ସୂଚନାଯୋଗ୍ୟ, ବେଲୁଚିସ୍ତାନର ୬୨ ପ୍ରତିଶତ ଜନସାଧାରଣ ସ୍ବଚ୍ଛ ପାନୀୟଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ସେମାନଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା ଲକ୍ଷ୍ୟରେ ଏହି ବୃହତ୍ତ ପ୍ରକଳ୍ପର ପରିକଳ୍ପନା କରାଯାଇଥିଲା, ଯାହା ୨୦୨୨ ସୁଦ୍ଧା ଶେଷ ହେବ ବୋଲି ଧାର୍ଯ୍ୟ କରାଯାଇଛି।   

ସମ୍ବନ୍ଧିତ ଖବର