ନିର୍ବାଚନ ଖବର
  • ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ଭିତର ବେଢାର ଫଟୋ ଭାଇରାଲ
  • ||
  • ପୁରୀ ବାଣ ବିସ୍ଫୋରଣ ଘଟଣା, SCBରୁ ଡିସଚାର୍ଜ ହେଲେ ୨ ଗୁରୁତର, ବିଭିନ୍ନ ହସ୍ପିଟାଲରେ ୧୫ ଜଣ ଚିକିତ୍ସିତ
  • ||
  • ନବୀନଙ୍କ ୫ମ ପାଳିର ଅନ୍ତିମ କ୍ୟାବିନେଟ ବୈଠକ ଶେଷ..ଷୋଡଶ ବିଧାନସଭା ଭଙ୍ଗ ସୁପାରିସ୍ ନେଇ ବାଜିଲା ମୋହର
  • ||
  • ଭୂକମ୍ପରେ ଥରିଲା ଜାପାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୯ ରେକର୍ଡ
  • ||
  • ନୀଳଗିରି: ଦଳିଦେଲା କୂଳଡିହା ହାତୀ, ଅଳ୍ପକେ ବର୍ତିଲେ ଛାତ୍ରୀ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪ରେ ପ୍ରଥମ ସୁପର ଓଭର, ଓମାନକୁ ପରାସ୍ତ କଲା ନାମିବିୟା
  • ||
  • ସମ୍ବଲପୁରରେ ନିର୍ମାଣଧିନ ପୋଲ ଉପରୁ ଖସିପଡିଲା ବୋଲେରୋ, ୨ ମୃତ, ୮ରୁ ଅଧିକ ଆହତ
  • ||
  • ଭୋଟ ଗଣତି କାଉଣ୍ଟଡାଉନ୍‌,ମଙ୍ଗଳବାର ବାହାରିବ ଫଳ, ରାଜ୍ୟର ୧୬୮ କେନ୍ଦ୍ରରେ ହେବ ଗଣତି
  • ||
  • ଏମ୍ପି ରାଜଗଡ଼ରେ ଭୟଙ୍କର ଦୁର୍ଘଟଣା, ଟ୍ରାକ୍ଟର ଓଲଟି ୧୩ ମୃତ, ବିବାହ ଉତ୍ସବକୁ ଯାଉଥିଲେ
  • ||
  • ରଥଖଳା ହାଲ୍‌ଚାଲ୍‌...୩୨ ଚକ ଶେଷ, ଯୋକା ଆରମ୍ଭ, ଆଜି ମୁହାଁଟ ବିନ୍ଧ ଅନୁକୂଳ
  • ||
  • ଗାଡି ଚାଳକଙ୍କ ପକେଟକୁ ମହଙ୍ଗା ମାଡ଼, ସୋମବାରଠୁ ଦେଶବ୍ୟାପୀ ଟୋଲ୍‌ ଦେୟ ୩ରୁ୫% ବୃଦ୍ଧି
  • ||
  • ଆହୁରି ଦୁଇ ଦିନ ପ୍ରଚଣ୍ଡ ତାତି, ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମପ୍ରବାହ: ଜୁନ୍‌ ୧୫ ଆଗରୁ ମୌସୁମୀ ବର୍ଷା ହେବନି
  • ||

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ବିଶ୍ୱ ମହୁମାଛି ଦିବସ ପାଳିତ

ଭୁବନେଶ୍ୱର, ୨୧ / ୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ (ଆଇଏଏସ୍‌)ର କୀଟତତ୍ୱ ବିଭାଗ ପକ୍ଷରୁ ସୋମବାର ବିଶ୍ୱ ମହୁମାଛି ଦିବସ ପାଳିତ ହୋଇଯାଇଛି । ଏହି ଦିବସରେ ମୁଖ୍ୟ ଅତିଥି ଭାବେ ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଯୋଗ ଦେଇ କୀଟତତ୍ୱ ବିଭାଗର ଅଭିନବ ଉଦ୍ୟମକୁ ପ୍ରଶଂସା କରିବା ସହ ଏହାକୁ ମହାବିଦ୍ୟାଳୟ ରୁ ବିଶ୍ୱବିଦ୍ୟାଳୟ ସ୍ତର ପର୍ଯ୍ୟନ୍ତ ପାଳନ କରାଯାଇ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅଧିକ ସଚେତନତା ସୃଷ୍ଟି କରିବା ନିମନ୍ତେ ଆହ୍ୱାନ ଦେଇଥିଲେ । 

ଏହି ଅବସରରେ ଅନ୍ୟତମ ଅତିଥି ଭାବେ ଆଇଏଏସ୍‌ର ପ୍ରଫେସର ବିବୁଧ ପରାଶର, ପ୍ରଫେସର ପ୍ରଭାତ କୁମାର ଷଡ଼ଙ୍ଗୀ ଓ ପ୍ରଫେସର ଏସ୍‌.ଏମ୍‌.ଏ ମଣ୍ଡଳ ଯୋଗ ଦେଇ ଏହି ଦିବସର ଲକ୍ଷ୍ୟ ବିଷୟରେ ବକ୍ତବ୍ୟ ରଖିଥିଲେ । କୀଟତତ୍ୱ ବିଭାଗର ମୁଖ୍ୟ ତଥା ବରିଷ୍ଠ କୀଟତତ୍ୱବିତ୍ ପ୍ରଫେସର ବିଜୟ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଦିବସରେ ମହୁମାଛି ପାଳନ ତତ୍ୱାବଧାରକ ପ୍ରଫେସର ବ୍ରଜ କିଶୋର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ ଡକ୍ଟର ସତ୍ୟନାରାୟଣ ଶତପଥୀ ଧନ୍ୟବାଦ ଦେଇଥିଲେ । ଡକ୍ଟର ଭୁବନାନନ୍ଦ ଅଧିକାରୀ, ଡକ୍ଟର ସ୍ୱୟମ୍ ସିଂହ, ଡକ୍ଟର ରିତେଶ ମିଶ୍ର,  ବିଶ୍ୱଜିତ ମିଶ୍ର, ଡକ୍ଟର ପ୍ରଜ୍ଞା ପତି ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସମ୍ପୃକ୍ତ ବିଭାଗର ଗବେଷଣାରତ ଛାତ୍ରଛାତ୍ରୀଙ୍କ ସମେତ ସମସ୍ତ କର୍ମଚାରୀମାନେ ଯୋଗ ଦେଇଥିଲେ । ଏହି ଅବସରରେ ସୋଆ ଛତାବର ଗବେଷଣା କେନ୍ଦ୍ରରୁ ସଦ୍ୟ ଉତ୍ପାଦିତ ମହୁ ପ୍ରଦର୍ଶନ କରାଯାଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.