ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ବୈଶାଖ ଶନିବାର ନବଗ୍ରହ ପୀଠରେ ଶ୍ରଦ୍ଧାଳୁଙ୍କ ପୂଜାର୍ଚ୍ଚନା

କୋଣାର୍କ ୧୮/0୫ : ବୈଶାଖ ମାସ ଶେଷ ଶନିବାର ସୂର୍ଯ୍ୟମନ୍ଦିର ବେଢା ନିକଟସ୍ଥ ନବଗ୍ରହ ପୀଠରେ ପ୍ରତ୍ୟୁଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା । ବିଭିନ୍ନ ସ୍ଥାନରୁ ଆସିଥିବା ଶ୍ରଦ୍ଧାଳୁମାନେ ଗ୍ରହ ପୀଡାରୁ ମୁକ୍ତି ନିମନ୍ତେ ପୂଜାର୍ଚ୍ଚନା ଓ ହୋମଯଜ୍ଞ କରିଥିଲେ। ଶ୍ରଦ୍ଧାଳୁଙ୍କ ନିମନ୍ତେ ଧାଡି ଦର୍ଶନର ବ୍ୟବସ୍ତା ହୋଇଥିଲା। 

ନବଗ୍ରହଙ୍କ ପୀଠରେ ମାନସିକ ରଖି ଶିଶୁ ମାନଙ୍କୁ ବାଲିରେ ଅଣ୍ଟା ପର୍ଯ୍ୟନ୍ତ ପୋତିଲେ ପୋଲିଓ, ବାତ ରୋଗ ଆଦି ଭଲ ହୋଇଥାଏ ବୋଲି ଶ୍ରଦ୍ଧାଳୁଙ୍କ ମନରେ ବିଶ୍ୱାସ ରହିଛି । ପୀଠ ପରିସରରେ ଥିବା ବିଭିନ୍ନ ଦୋକାନରୁ ମହିଳାମାନେ ଘରକରଣା ଜିନିଷ କିଣୁଥିବା ଦେଖିବାକୁ ମିଳିଥିଲା। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଜଳ ସେବା କେନ୍ଦ୍ର ଖୋଲାଯାଇଥିଲା। କୋଣାର୍କ ମେଡିକାଲ ଛକରୁ ନବଗ୍ରହ ମନ୍ଦିର ପର୍ଯ୍ୟନ୍ତ ରାସ୍ତାରେ ବାଇକ ପାର୍କିଂ ଫଳରେ ଘଣ୍ଟା ଘଣ୍ଟା ଧରି ଟ୍ରାଫିକ ସମସ୍ୟା ଦେଖାଦେଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.