PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ବେକରେ ରଶି ଲଗାଇ ଓଡ଼ିଶୀ ନୃତ୍ୟ ଶିଳ୍ପୀଙ୍କ ଆତ୍ମହତ୍ୟା

ଯାଜପୁର,୦୮/୦୮: ଜଣେ ଓଡ଼ିଶୀ ନୃତ୍ୟ ଶିଳ୍ପୀ ବେକରେ ରଶି ଲଗାଇ ଆତ୍ମ ହତ୍ୟା କରିଛନ୍ତି । ମୃତ ନୃତ୍ୟ ଶିଳ୍ପୀ ଯାଜପୁର ସହର ଇନ୍ଦ୍ର ଆଖଣ୍ଡଳେଶ୍ୱର ଅଞ୍ଚଳର ଧିମାନ୍ତ ପାଲଙ୍କ ପୁଅ କାଳୀପ୍ରସାଦ ପାଲ୍‌(୨୫) ବୋଲି ଜଣାପଡ଼ିଛି।

ସୂଚନା ମୁତାବିକ, ଶୁକ୍ରବାର ମଧ୍ୟାହ୍ନରେ ସେ ନିଜ ଶୋଇବା ଘରେ ବେକରେ ରଶି ଲଗାଇ ଆତ୍ମ ହତ୍ୟା କରିଛନ୍ତି । ଶୋଇବା ଘରେ କାଳୀପ୍ରସାଦ ଫ୍ୟାନ୍‌ରେ ରଶି ଲଗାଇ ଝୁଲୁଥିବା ଅବସ୍ଥାରେ ପରିବାର ଲୋକେ କାଳୀ ପ୍ରସାଦଙ୍କୁ ଉଦ୍ଧାର କରି ଯାଜପୁର ଟାଉନ୍‌ ଥାନାକୁ ଖବର ଦେଇଥିଲେ । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । କାଳୀ ପ୍ରସାଦଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସେ ଜଣେ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଥିଲେ । ବହୁ ଅନୁଷ୍ଠାନରେ ଓଡ଼ିଶୀ ନୃତ୍ୟ କରି ପୁରସ୍କୃତ ହୋଇଥିଲେ । କାଳୀପ୍ରସାଦ ବହୁପିଲାଙ୍କୁ ଓଡ଼ିଶୀ ନୃତ୍ୟ ଶିଖାଉଥିଲେ । କରୋନା ପାଇଁ ଗତ ୫ମାସ ହେବ ତାଙ୍କ ନୃତ୍ୟ କ୍ଲାସ୍‌ ବନ୍ଦ ରହିଛି । ଯେଉଥିପାଇଁ ସେ ତାଙ୍କର ନିଜର ଭାରସାମ୍ୟ ହରାଇ ଏଭଳି କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି । ଆତ୍ମହତ୍ୟାର କାରଣ କିଛି ଜଣାପଡ଼ି ନାହିଁ । ତାଙ୍କ ମୃତ୍ୟୁ ଖବର ପାଇବା ପରେ ବହୁ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଶୋକ ବ୍ୟକ୍ତ କରାଯାଇଛି ।