PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ଗୁରୁବାର ଏହି ରାଶିର ବ୍ୟକ୍ତିଙ୍କର ଆଶାଠାରୁ ଅଧିକ ସଫଳତା ମିଳିବ, ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ମନୋନିବେଶ କରିବେ

pic- internet

ମେଷ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇଭଉଣୀଙ୍କ ସ୍ନେହ, ଶ୍ରଦ୍ଧାଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ମନୋନିବେଶ କରିବେ। ମହିଳାମାନେ ଭ୍ରାତୃପ୍ରେମୀ ହେବେ।

ବୃଷ:  ମନ ଅସ୍ଥିର ଓ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ସହ ବିବାଦ ହେବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ। ମହିଳାମାନେ ମିତବ୍ୟୟୀ ହେବେ।

ମିଥୁନ:  ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ। କର୍ମରେ ସଫଳତା, ସମ୍ମାନ ଏବଂ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁମିଥୁନ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ମଉଜ, ମଜଲିସରେ ମନ ଦେବେ।

କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ ଆର୍ଥିକ ସଙ୍କଟ ଦେଖା ଦେବ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ। ବୃଥା ଭ୍ରମଣ, ନୈଶ ଯାତ୍ରା, ପରିବାରରେ ମତାନ୍ତର ଏବଂ କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବଜାଗ୍ରତ ହେବ।

ସିଂହ:  ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ଅର୍ଥ ଲଗାଣକାରୀ ସଂସ୍ଥାରେ ଜମା ରଖିବେ। କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀସିଂହ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଉଦ୍‌ଯୋଗ କରିବେ।

କନ୍ୟା:  ମନରେ ଅସ୍ଥିରତା, କର୍ମରେ ବିଫଳତା, ପରିବାରରେ ତିକ୍ତତା ଏବଂ ଶାରୀରିକ ଅସୁସ୍ଥତା ଭୋଗ କରିବେ। ସତ୍‌କର୍ମ ପ୍ରତି ମନରେ ଆଗ୍ରହ କମିଯିବ ଏବଂ ଅସତ୍‌କର୍ମ ପ୍ରତି ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେବ, ତା’ଠାରୁ ଅଧିକ ଅଯଥା ଖର୍ଚ୍ଚ ହେବ ଏବଂ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ।

ତୁଳା: ଭାଗ୍ୟରେ ଉନ୍ନତି ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ। ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ପଦସ୍ଥକର୍ମଚାରୀଙ୍କ ଶ୍ରଦ୍ଧାଭାଜନ ହେବେ।

ବିଛା: ଅଷ୍ଟମ ଚନ୍ଦ୍ର ହେତୁ ବହୁଘାତପ୍ରତିଘାତର ସାମ୍ନା କରିବାକୁ ପଡ଼ିପାରେ। ମନରୁ ସରସତା ଉଭେଇ ଯିବ ଏବଂ ଦୁଶ୍ଚିନ୍ତା ଦେଖା ଦେବ। ଉଚିତ୍‌କର୍ମରୁ ବିରତ ହୋଇ ଅନୁଚିତ୍‌ କର୍ମ ପ୍ରତି ଆଗ୍ରହୀ ହେବେ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ ଓ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ବାଣିଜ୍ୟରେ କ୍ଷତି ଏବଂ କର୍ମରେ ବିଫଳତାର ସାମ୍ନା କରିବେ। ଯେଉଁମାନଙ୍କର ଜ୍ୟେଷ୍ଠାବିଛା ସେମାନେ ସତର୍କ ହେବେ।

ଧନୁ: ମୂଲ୍ୟବାନ ଧାତୁ, ବସନ, ଭୂଷଣ ଏବଂ ମୂଲ୍ୟବାନ ଘରୋଇ ଉପକରଣ କ୍ରୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। କର୍ମରେ ସଫଳତା, ଉଚ୍ଚ ସମ୍ମାନ ଏବଂ ଉଚ୍ଚ ପଦବୀ ମିଳିପାରେ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ।

ମକର: ସାମାଜିକ କର୍ମ ଓ ଜନମଙ୍ଗଳ କର୍ମରେ ନିଜକୁ ସାମିଲ କରିବେ। ଜନସମ୍ପର୍କ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ରୋଗ, ଋଣ ଓ ଶତ୍ରୁ -ଏ ତିନୋଟିରୁ ମୁକ୍ତି ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ କର୍ମ ପ୍ରତି ଯତ୍ନବାନ ହେବେ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର ସେମାନେ ସତର୍କ ହେବେ।

କୁମ୍ଭ: ବିଦ୍ୟାରେ ବିଚକ୍ଷଣତା, ଜ୍ଞାନରେ ଶ୍ରେଷ୍ଠତା, ବୁଦ୍ଧିରେ ପାରଙ୍ଗମତା ଆସିବ। ନୂତନ ବିଦ୍ୟା ଓ କଳା, ସଂସ୍କୃତି ପ୍ରତି ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦମର୍ଯ୍ୟାଦା ଅତୁଟ ରହିବ। ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ପରିଶ୍ରମ ଜାରି ରଖିବେ। ମହିଳାମାନେ ପ୍ରଶଂସିତ ହେବେ।

ମୀନ: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରହେତୁ ଆର୍ଥିକ କ୍ଷତି, ଆର୍ଥିକ ଠକାମି, ମୂଲ୍ୟବାନ ପଦାର୍ଥ ନଷ୍ଟ, ମାନସିକ ଦୁଶ୍ଚିନ୍ତା, ପରିବାରରେ ବିବାଦ, ମାଲିମକଦ୍ଦମାର ଭୟ ଏବଂ ଯାନବାହନରେ ଖର୍ଚ୍ଚାନ୍ତ ହେବେ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ କର୍ମରେ ବିଫଳତା ଏବଂ ବହୁବାଧାବିଘ୍ନର ସମ୍ମୁଖୀନ ହେବେ। ଯେଉଁମାନଙ୍କର ରେବତୀମୀନ ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରୁ ଦୂରେଇ ଯିବେ। ମହିଳମାନେ ପରିବାରରେ ବିବାଦ ସୃଷ୍ଟି କରିବେ।