PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଜୟପୁରରୁ ଓଡ଼ିଶା ପାଇଁ ନିର୍ବାଚନ ପ୍ରଚାରରୁ ଶୁଭାରମ୍ଭ କଲେ ନରେନ୍ଦ୍ର ମୋଦି

ଜୟପୁର : ‘ଓଡ଼ିଆରେ ଆପଣମାନେ କେମିତି ଅଛନ୍ତି ? ବୋଲି କହି ଉଦବୋଧନ ଆରମ୍ଭ କରିଥିଲେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୟପୁରର ବାଙ୍କବିଜା ପଡିଆରେ ନରେନ୍ଦ୍ର ମୋଦି ଜନତାଙ୍କୁ ଉଦବୋଧନ ଦେବା ପରେ ଜୟ ଜଗନ୍ନାଥ ବୋଲି କହିଥିଲେ।

ନରେନ୍ଦ୍ର ମୋଦି ସଭାରେ କହିଥିଲେ ଯେ, ୨୦୧୪ ମସିହାରେ ଯେଉଁ କଥା ଦେଇଥିଲେ ତାକୁ ପୂରଣ କରିଛନ୍ତି। ଏଥିପାଇଁ ସେ ଦେଶବାସୀ ଏବଂ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଦେବାକୁ ଆସିଛନ୍ତି ବୋଲି କହିଥିଲେ। ବିଜେଡି ରାଜ୍ୟର ସାଧାରଣ ଜନତାଙ୍କ ଆକାଂକ୍ଷା ପୂରଣ କରିବାରେ ବିଫଳ ଓ କଂଗ୍ରେସ ବିରୋଧୀ ଦଳର ଭୂମିକା ନେବାରେ ବ୍ୟର୍ଥ। ଓଡ଼ିଶା ଏକ ଭଲ ସରକାର ପାଇଁ ହକଦାର ଓ ବିଜେପି ଏହା ପୂରଣ କରିବ ବୋଲି ମୋଦି କହିଛନ୍ତି। ସଭାରେ ଦଳର ବରିଷ୍ଠ ନେତା ବୈଜୟନ୍ତ ପଣ୍ଡା , ବିଜୟ ମହାପାତ୍ର, ମନମୋହନ ସାମଲ ଏବଂ ରାଜ୍ୟ ପ୍ରଭାରୀ ଅରୁଣ ସିଂହ ପ୍ରମୁଖ ଉଦବୋଧନ ଦେଇଥିଲେ।

ସଭାରେ ଉଦବୋଧନ ଦେବା ପରେ ସହିଦ ଲକ୍ଷ୍ମଣ ନାୟକଙ୍କ ଫଟୋଚିତ୍ରକୁ ପ୍ରଣାମ କରିଥିଲେ ମୋଦୀ। ଏହା ସହିତ ଜନତାକୁ ଚଇତି ପର୍ବର ଶୁଭକାମନା ଜଣାଇଥିଲେ। ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ଦେବୀ ଏହି ସଭାକୁ ଆସିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁସି ପ୍ରକାଶ କରିଥିଲେ।