ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ୨୪ରେ ନେବ ଅବପାତର ରୂପ

ଭୁବନେଶ୍ଵର, ୨୧/୦୫ : ରାଜ୍ୟରେ ସମ୍ଭାବ୍ୟ ଲଘୁଚାପ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା। ଆସନ୍ତା ୨୨ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏହାର ପ୍ରଭାବରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଝଟ୍‌କା ପବନର ଗତି ଘଣ୍ଟାପ୍ରତି ୬୦ କିମି ରହିବ ବୋଲି ଅନୁମାନ କରାଯାଉଛି। ଆସନ୍ତା ୨୪ ତାରିଖ ସକାଳୁ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ସେତେବେଳେ ପବନର ଗତି ଘଣ୍ଟାକୁ ୫୦ ରୁ ୬୦ କମି ରହିବ। କିଛି କିଛି ସ୍ଥାନରେ ପବନର ବେଗ ୭୦ କିମି ଛୁଇଁପାରେ। 

ଆସନ୍ତା ୨୩ ତାରିଖ ସକାଳୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ସେହିପରି ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨୩ ସୁଦ୍ଧା କୂଳକୁ ଫେରି ଆସିବାକୁ କୁହାଯାଇଛି। ଏସଆରସିଙ୍କ ପକ୍ଷରୁ ଏହି ସତର୍କ ସୂଚନା ଜାରି କରାଯାଇଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.