ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ଆଦିବାସୀ ଏୌତିହ୍ୟ ସାଧନ କେନ୍ଦ୍ରର ଭିତ୍ତି ପ୍ରସ୍ତର ସ୍ଥାପନ

କାଶୀପୁର, ୧୭।୯: କାଶୀପୁର ବ୍ଲକ ଦୁଦୁକା ବାହାଲ ପଞ୍ଚାୟତର ଡେଙ୍ଗାଗୁଡ଼ା ଛକରେ ଆଦିବାସୀ ଏୌତିହ୍ୟ ସାଧନ କେନ୍ଦ୍ର କୋଠା ନିର୍ମାଣରେ ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି । ଉନ୍ନୟନ ପରିଷଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏସ୍‌ଟି, ଏସ୍‌ସି, କଲ୍ୟାଣ ଏବଂ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସରସ୍ୱତୀ ମାଝୀ ,ଉନ୍ନୟନ ପରିଷଦ ଉପଦେଷ୍ଟାପ୍ରଦୀପ ମାଝୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ପୂଜାର୍ଚ୍ଚନା ସହିତ କେନ୍ଦ୍ରର ଭିତ୍ତି ପ୍ରସ୍ତର ସ୍ଥାପନ ଫଳକ ଉନ୍ମୋଚନ କରାଯାଇଥିଲା ।

ଏହି ଅବସରରେ ରାୟଗଡ଼ା ଜିଲ୍ଲା ଉନ୍ନୟନ ପରିଷଦ ଅଧ୍ୟକ୍ଷା ଅନୁସୟାମାଝୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ସଭାରେ ନିମନ୍ତ୍ରିତ ଅତିଥିଙ୍କ ସହିତ ବିଜେଡି ରାଜ୍ୟ ସମ୍ପାଦକ ଜଗଦୀଶ ପାତ୍ର, ବ୍ଲକ ଅଧ୍ୟକ୍ଷକଣ୍ଠ ମାଝୀ, ଜିଲ୍ଲା ଉନ୍ନୟନ ପରିଷଦ ଉପାଧ୍ୟକ୍ଷ ବନମାଳି କାଡରାକା, ବ୍ଲକ୍ ସଭାପତି ଶିବ ରାମ ମାଝୀ, ସଦସ୍ୟପାଟ ମାଝୀଙ୍କ ଏବଂ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ତହସିଲଦାର ବିଶ୍ଵ ବିସ୍ତୃତ ତ୍ରିପାଠୀ ପ୍ରମୁଖ ମଞ୍ଚାସିନ ଥିଲେ । ସାଧନ କେନ୍ଦ୍ରର ଭିତ୍ତି ପ୍ରସ୍ତର ସ୍ଥାପନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଆଦିବାସୀ ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାକୁ ଅକ୍ଷୁର୍ଣ୍ଣ ରଖିବା ସହ ଶିକ୍ଷା, ଜୀବନ ଜୀବିକା ନିର୍ବାହରେ ବହୁବିଧ ଯୋଜନା କାର୍ଯ୍ୟକ୍ରମ ଜାରି ରଖିଛନ୍ତି । ବିଶେଷ କରି ମହିଳାଙ୍କ ଉନ୍ନତି ନିମନ୍ତେ ସରକାର ଗୁରୁତ୍ବ ଦେଉଥିବାର ପ୍ରକାଶ କରାଯାଇଥିଲା । ରାଜ୍ୟର ୩୧୪ଟି ବ୍ଲକ ମଧ୍ୟରୁ ଆଦିବାସୀ ଅଧ୍ୟୁଷିତ ୧୧୭ ବ୍ଲକରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ଆଦିବାସୀଙ୍କ ଶିକ୍ଷା ସଂସ୍କୃତି, ଜୀବନ ଜୀବିକା ବିକାଶ ପାଇଁ ବ୍ୟୟ ବରାଦ କରାଯାଉଛି । ଜନଜାତିଙ୍କ ପୂଜାସ୍ଥଳୀ ଝାଙ୍କାରଗୁଡ଼ି, ଧରଣୀ ପଦା, ଖେଳ କୁଦ, ନୃତ୍ୟ ଗୀତର ବିକାଶ କରାଯାଉଛି । କଳା ପ୍ରତିଭାମାନଙ୍କୁ ଖୋଜି ବାହାର କରିବା ସହ ଆବଶ୍ୟକ ତାଲିମ ଏବଂ ଉପକରଣମାନ ପ୍ରଦାନ କରାଯାଉଛି ବୋଲି ଅତିଥିଗଣ ପ୍ରକାଶ କରିଥିଲେ ।


Tribal Heritage Tool Centre
rayagada

Copyright © 2022 - Summa Real Media Private Limited. All Rights Reserved.