ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

କଟକରେ ପୁଣି ଲଜ୍ଜା; ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ, ଅଭିଯୁକ୍ତକୁ କାବୁ କଲା ବାରଙ୍ଗ ପୋଲିସ

Published By : Swapna Ray | November 20, 2024 4:38 PM

କଟକ, ୨୦।୧୧: ରାଜ୍ୟରେ ପୁଣି ଲଜ୍ଜା । ମାତ୍ର, ୮ ବର୍ଷର ଝିଅକୁ ଦୁଷ୍କର୍ମ । କଟକ ବାରଙ୍ଗ ତ୍ରିଶୂଳିଆରୁ ଆସିଛି ଏଭଳି ଚାଞ୍ଚଲ୍ୟକର ଖବର । ତ୍ରିଶୂଳିଆ ବେଲଗଛିଆ ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଘଟଣା ସାରା ରାଜ୍ୟରେ ଚହଳ ପକାଇଛି । ମଙ୍ଗଳବାର ରାତିରେ ଏହି ଘଟଣା ଘଟିଥିବା ବେଳେ ପୀଡ଼ିତାଙ୍କୁ ପୂର୍ବରୁ କଟକ ଶିଶୁଭବନରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା । ପରେ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଶିଶୁଭବନରୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଗଲା । 

ପରିବାର ପ୍ରତିପୋଷଣ ପାଇଁ ପୀଡ଼ିତାଙ୍କ ବାପା-ମା’ ଇଟା ଭାଟିରେ କାମ କରନ୍ତି । ଅନ୍ୟପଟେ ଘଟଣା ପରେ ଦୁଷ୍କର୍ମକାରୀ ଗତକାଲିଠାରୁ ଫେରାର ଥିଲା । ଅଭିଯୁକ୍ତଙ୍କୁ ଧରିବା ପାଇଁ ବାରଙ୍ଗ ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା । ଶେଷରେ ତ୍ରିଶୁଳିଆ ଅଞ୍ଚଳରୁ ଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ବାରଙ୍ଗ ପୋଲିସ । ଅଭିଯୁକ୍ତ ଜଣକ ପୀଡ଼ିତାଙ୍କ ପରିବାରର ସମ୍ପର୍କୀୟ ବୋଲି ଜଣାପଡ଼ିଛି । ଏନେଇ ସୂଚନା ଦେଇଛନ୍ତି ଡିସିପି ଜଗମୋହନ ମୀନା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.