ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବିଦ୍ୟୁତ ବିଭାଗର ଗ୍ରୀଡ଼ରୁ ଚୋରି ଉଦ୍ୟମ, ୨ ଅଟକ

Published By : Harapriya Sethi | November 18, 2024 10:43 AM

ରିଆମାଳ,୧୮/୧୧: କରଲଗା ଗାଁରେ ଥିବା ବିଦ୍ୟୁତ ବିଭାଗର ଗ୍ରୀଡ଼ରୁ ଚୋରି କରିବାକୁ ଆସିଥିବା ବେଳେ ମାଡ଼ି ବସିଲା ପୋଲିସ । ଏହି ଘଟଣାରେ ଦୁଅ ଜଣଙ୍କୁ ଅଟକ ରଖାଯାଇ ଥିବା ବେଳେ ଏକ ଟାଟା ଏସି ଗାଡ଼ିକୁ ଜବତ କରାଯାଇଛି । ଅନୁଗୁଳ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ କରଲଗା ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ରବିବାର ରାତି ୧୧ଟାରୁ ୧ ଟା ମଧ୍ୟରେ ଚୋରି କରିବା ପାଇଁ କିଛି ଦୁର୍ବୃତ୍ତ ଆସି ବିଦ୍ୟୁତ ବିଭାଗର ଗ୍ରୀଡ଼କୁ ପଶିଥିଲେ । ଏହା ଜଣା ପଡିବା ପରେ ଖଇରପାଲି ପୋଲିସ ତତ୍ପରତାର ସହିତ ଉକ୍ତ ସ୍ଥାନରେ ପହଞ୍ଚିଥିଲା । ସେଠାରେ ପହଞ୍ଚି ଏକ ଟାଟା ଏସି ନଂ ଓଡି ୩୫ ଇ ୫୦୧୯ ଗାଡିକୁ ଜବତ କରିବା ସହିତ ଦୁଇ ଜଣଙ୍କୁ ଅଟକ ରଖିଛି ପୋଲିସ । ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ ଚଳାଇଛି ପୋଲିସ । ତେବେ ବର୍ତ୍ତମାନ ଅନୁଗୁଳ ଜିଲ୍ଲାରେ ଦୁର୍ବୃତ୍ତ ମାନେ ଶାନ୍ତ ରିଆମାଳ ବ୍ଲକ କୁଣ୍ଢେଇଗୋଳ ଥାନା ଅଞ୍ଚଳକୁ ଆଶାନ୍ତ କରିବା ସହିତ ବହୁ ଚୋରି ତଥା ଅନ୍ୟ କାର୍ଯ୍ୟରେ ଲିପ୍ତ ରହିଥିବା ଜଣା ପଡିଛି l

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.