ଭୁବନେଶ୍ବର,୫।୮ :  ଅଗଷ୍ଟ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ।  ମୁଖ୍ୟମନ୍ତ୍ରୀ  ୟୁନିଟ-୨  ଅଶୋକ ନଗର ଭୁବନେଶ୍ବର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ପୂର୍ବାହ୍ନ ୧୧ ଘଟିକାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଅଗଷ୍ଟ ୬ ତାରିଖ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ।  ସର୍ବାଧିକ ଏକ ହଜାର ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଲୋକମାନେ ଜନଶୁଣାଣି ପୋର୍ଟାଲ  ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।