ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଆସନ୍ତା ୨୩ରେ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟ୍‌କୁ ନେଇ ହେବ ଆଲୋଚନା

Published By : Prameya | November 21, 2024 2:19 PM

ଭୁବନେଶ୍ବର ୨୧ /୧୧: ଆସନ୍ତା ୨୩ ତାରିଖରେ ମନ୍ତ୍ରୀ ପରିଷଦ ବୈଠକ । ସେହିଦିନ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ରାଜ୍ୟର ଅତିରିକ୍ତ ବଜେଟ୍ ଉପରେ ଆଲୋଚନା କରାଯିବ । ମନ୍ତ୍ରୀ ମାନଙ୍କ ମଧ୍ୟରେ ଆଲୋଚନା ପରେ ଏହି ବଜେଟ୍‌କୁ ମନ୍ତ୍ରୀ ପରିଷଦର ଅନୁମୋଦନ ମିଳିବ । ୨୫ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। । ୨୬ରେ ବିଧାନସଭାର ଆଗାମୀ ଶୀତ ଅଧିବେଶନର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଅତିରିକ୍ତ ବଜେଟ୍‌କୁ ଉପସ୍ଥାପନ କରିବେ । ତାହା ୫ ତାରିଖରେ ଗୃହିତ ହେବ ବୋଲି ସୂଚନା ମିଳିଛି । 

ସୂଚନାଯୋଗ୍ୟ ଯେ, ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୬ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଗାମୀ ଅଧିବେଶନରେ ଆମ୍ବ ଟାକୁଆଜନିତ ମୃତ୍ୟୁ, ଭରତପୁର ଥାନା ଘଟଣା, ରାସନ କାର୍ଡ, ମେଘନାଦ ପାଚେରୀରେ ଫାଟ ଏବଂ ଧାନ ମଣ୍ଡି ଇତ୍ୟାଦି ପ୍ରସଙ୍ଗରେ ସରଗରମ ହେବା ଆଶଙ୍କା କରାଯାଉଛି । ଆକ୍ରମଣ-ପ୍ରତି ଆକ୍ରମଣରେ ବେଶ୍‌ କମ୍ପିଥିଲା ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଯେତିକି ଆକ୍ରମଣ  ବିରୋଧୀ କରିଥିଲେ, ତା’ଠାରୁ ଢେର  ଅଧିକ ପାଲଟା ଆକ୍ରମଣ କରିଥିଲେ  ସରକାରୀ ଦଳ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.