ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Published By : Harapriya Sethi | April 30, 2025 1:01 PM

ଭୁବନେଶ୍ୱର, ୩୦/୦୪: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ରାଜ୍ୟରେ ଚାଲିଥିବା ସରକାରୀ ମେଡିକାଲ କଲେଜ ଓ ହସ୍‌ପିଟାଲ ଗୁଡିକର ପୁନଃବିକାଶ କାର୍ଯ୍ୟ ସଂପର୍କରେ ସମୀକ୍ଷା କରିଛନ୍ତି । ସମୀକ୍ଷାରୁ ଜଣାଯାଇଛି ଯେ, କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ୪୪୭୪.୪୯ କୋଟି ବିନିଯୋଗରେ ଜାରି ରହିଛି । ଏହି ପ୍ରକଳ୍ପ ଜୁନ୍ ୨୦୨୬ ସୁଦ୍ଧା ସଂପୂର୍ଣ୍ଣ କରିବାପାଇଁ ଲକ୍ଷ୍ୟ ରହିଛି।  ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସଂପୂର୍ଣ୍ଣ ହେଲେ, ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜର ଶଯ୍ୟା ସଂଖ୍ୟା ୩୭୯୬କୁ ବୃଦ୍ଧି ପାଇବ । ଏହି ମେଡିକାଲ କଲେଜ ଏମ୍‌ସ ପ୍ଲସ ପ୍ଲସ (AIIMS ++) ଭାବେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

ସେହିପରି ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନସର୍‌ ପ୍ରତିଷ୍ଠାନ ତଥା ହସ୍‌ପିଟାଲର ମଧ୍ୟ ପୁନଃବିକାଶ  ପାଇଁ ପ୍ରଥମ ପର୍ଯ୍ୟାୟରେ ୮୯୫.୮୯ କୋଟି ଟଙ୍କା ବିନିଯୋଗ ହେଉଛି । ଦ୍ୱିତୀୟ ପର୍ଯ୍ୟାୟ ପୁନଃବିକାଶ କାର୍ଯ୍ୟ ସଂପୂର୍ଣ୍ଣ ହେଲେ ଏହାର ଶଯ୍ୟା ସଂଖ୍ୟା ୧୧୨୭କୁ ବୃଦ୍ଧି ପାଇବ । ବୁର୍ଲା ଭିମସାରର ୧୫୯୪ କୋଟି ଟଙ୍କା ବିନିଯୋଗରେ ପୁନଃବିକାଶ କାର୍ଯ୍ୟ କରାଯିବ । ବର୍ତ୍ତମାନ ଏହାର ଶଯ୍ୟା ସଂଖ୍ୟା ୧୪୮୫ ରହିଛି । କାର୍ଯ୍ୟ ସଂପନ୍ନ ହେବାପରେ ସମସ୍ତ ଅତ୍ୟାଧୁନିକ ସୁବିଧାସୁଯୋଗ ସହିତ ଏହା ବୃଦ୍ଧି ପାଇ ୨୮୬୧ରେ ପହଞ୍ଚିବ।

ସେହିପରି ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍‌ପିଟାଲ ପାଇଁ ୧୦୧୪.୧୩ କୋଟି ଟଙ୍କା ପ୍ରକଳ୍ପ ମୂଲ୍ୟରେ ପୁନଃବିକାଶ କାର୍ଯ୍ୟ କରାଯିବ । ପୁନଃବିକାଶ ପରେ ଏହାର ଶଯ୍ୟା ସଂଖ୍ୟା ୧୫୮୩ ରୁ ୨୦୩୩କୁ ବୃଦ୍ଧି ପାଇବ । ରାଉରକେଲା ସରକାରୀ ହସ୍ପିଟାଲର ପୁନଃବିକାଶ ପାଇଁ ୬୨୭.୧୬ କୋଟି ଟଙ୍କା ଅଟକଳ କରାଯାଇଛି । ପୁନଃବିକାଶ ପରେ ଏହାର ଶଯ୍ୟା ସଂଖ୍ୟା ୪୩୭ ରୁ ୭୬୩ କୁ ବୃଦ୍ଧି ପାଇବ । ସେହିପରି ଭୁବନେଶ୍ବର କ୍ୟାପିଟାଲ ହସ୍‌ପିଟାଲକୁ ୫୯୫୮ କୋଟି ଟଙ୍କା ବ୍ୟୟରେ ପୁନଃବିକାଶ କରାଯିବ। ପୁନଃବିକାଶ ପରେ ଏହାର ଶଯ୍ୟା ସଂଖ୍ୟା ୭୫୦ ରୁ ୨୫୮୨ କୁ ବୃଦ୍ଧି ପାଇବ।

ଏହି ସମସ୍ତ ମେଡିକାଲ ପ୍ରକଳ୍ପ ଗୁଡିକରେ ଅତ୍ୟାଧୁନିକ ସ୍ବାସ୍ଥ୍ୟ ସେବା ସୁବିଧା, ହଷ୍ଟେଲ, ଏକାଡ଼େମିକ ବିଲ୍ଡିଂ, ରୋଗୀ ସଂପର୍କୀୟଙ୍କ ରହଣୀସ୍ଥଳ, ଷ୍ଟାଫ କ୍ବାର୍ଟର, ଖେଳପଡିଆ, ଅଡିଟୋରିଅମ୍  ଭଳି ଉନ୍ନତ ଭିତ୍ତିଭୂମି ନିର୍ମାଣ ହେବ । ଏହି ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର-ତଥା-ଶାସନ ସଚିବ ଅଶ୍ୱତୀ ଏସ୍ ଏବଂ ଓ.ବି.ସି.ସିର ପରିଚାଳନା ନିର୍ଦ୍ଦେଶକ ଓ ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.