ପ୍ରମୂଖ ଖବର
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା : ବୋର୍ଡ ସଭାପତିଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା

Published By : Suraj Kumar | August 2, 2025 8:19 PM

କଟକ ୨।୮: ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କୁ ପଚରା ଉଚୁରା କରିଛି କ୍ରାଇମବ୍ରାଞ୍ଚ । ଏହାପରେ ଉପ ସଭାପତି ନିହାର ମହାନ୍ତିଙ୍କୁ ଦୀର୍ଘ ୩ ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଧରି ପଚରା ଉଚୁରା କରିଛି କ୍ରାଇମବ୍ରାଞ୍ଚ । କେମିତି ଉପ ସଭାପତିଙ୍କ ଲ୍ୟାପଟପ୍ କୁ ପ୍ରଶ୍ନପତ୍ର ଆସିଲା, ମୁଖ୍ୟ କାରପେଟ୍ ଦାର୍ ଜିତେନ୍ ମହାରଣା କେମିତି ଉପ ସଭାପତିଙ୍କ ଲ୍ୟାପଟପର ପାସୱାର୍ଡ ଜାଣିଲେ ଏସବୁକୁ ନେଇ ଉପ ସଭାପତିଙ୍କୁ ପଚାରିଥିଲା କ୍ରାଇମବ୍ରାଞ୍ଚ । 

 ପୂର୍ବରୁ ବୋର୍ଡ଼ର କିଛି କର୍ମଚାରୀଙ୍କୁ ବି ଜେରା କରିଛି କ୍ରାଇମବ୍ରାଞ୍ଚ । ଏହାସହ କୋରାପୁଟ ଜିଲ୍ଲା ଜୟପୁରର ଶିବା ଜେରକ୍ସ ମାଲିକ ଶିବାନନ୍ଦଙ୍କ ବୟାନ ମାଜିଷ୍ଟ୍ରେଟଙ୍କ ସାମ୍ନାରେ କରିଛି କ୍ରାଇମବ୍ରାଞ୍ଚ । ଶିବାନନ୍ଦଙ୍କ ଜେରକ୍ସ ଦୋକାନରେ ହାତ ଲେଖା ପ୍ରଶ୍ନପତ୍ର ପ୍ରିଣ୍ଟ ହୋଇଥିଲା । ପ୍ରିଣ୍ଟ କରିଥିଲେ ଗିରଫ ଶିକ୍ଷକ ପ୍ରଶାନ୍ତ ଖମାରୀ । 

ସୂଚନାଯୋଗ୍ୟ ଯେ  ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଜିତେନ ମହାରଣା ଡାଟା ଏଣ୍ଟ୍ରି ଅପରେଟର ଭାବେ ବୋର୍ଡ ଅଫିସରେ କାର୍ଯ୍ୟ କରୁଥିଲେ। ତାଙ୍କରି ମାଧ୍ୟମରେ ପ୍ରଶ୍ନପତ୍ର ଲିକ୍ ହୋଇଥିଲା। ପ୍ରଶ୍ନପତ୍ର ଲିକ୍ ପଛରେ ୨ ଲକ୍ଷ ୫୦ ହଜାର ଟଙ୍କାର କାରବାର ହୋଇଥିଲା।   

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.