ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଶରଧାବାଲିରେ ୩ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣା; ଆଜି ସାକ୍ଷ୍ୟ ଗ୍ରହଣ, ୧୦ରେ ପୁରୀରେ ସାକ୍ଷାତ ବ୍ୟବସ୍ଥା

Published By : Anindita Ratha | July 9, 2025 9:00 AM

ଭୁବନେଶ୍ୱର,୦୯/୦୭: ଶ୍ରୀଗୁଣ୍ଡିଚା ମନ୍ଦିର ଦଳାଚକଟାରେ ୩ଜଣ ଭକ୍ତଙ୍କ ମୃତ୍ୟୁ ଘଟଣାରେ ବୁଧବାର ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ କରିବେ ରାଜ୍ୟ ଉନ୍ନୟନ କମିଶନର । ଆସନ୍ତା ୧୦ ତାରିଖରେ ପୁରୀରେ ମଧ୍ୟ ଉନ୍ନୟନ କମିଶନରଙ୍କୁ ଭେଟି ତଥ୍ୟ ରଖିପାରିବେ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ସେହି ହିସାବରେ ଆଗ୍ରହୀ ବ୍ୟକ୍ତିମାନେ ବୁଧବାର ଅପରାହ୍ଣ ୩ଟା ପରଠାରୁ ଭୁବନେଶ୍ୱର ସ୍ଥିତ ରାଜ୍ୟ ଅତିଥି ଭବନ ଓ ୧୦ ତାରିଖ ଅପରାହ୍ଣ ୩ଟା ପରଠାରୁ ପୁରୀ ସ୍ପେଶାଲ୍‌ ସର୍କିଟ୍‌ ହାଉସ୍‌ରେ ଉନ୍ନୟନ କମିଶନରଙ୍କୁ ସାକ୍ଷାତ କରି ଏ ସମ୍ପର୍କରେ ତଥ୍ୟ ରଖିପାରିବେ । 

ସେହିପରି ଏ ସମ୍ପର୍କିତ ଅଧିକ ସୂଚନା ପାଇଁ ଟେଲିଫୋନ୍‌ ନମ୍ବର-୦୬୭୪-୨୫୩୬୮୮୨/୨୩୯୧୯୭୦ରେ ଯୋଗାଯୋଗ କରାଯାଇପାରିବ ବୋଲି ମଧ୍ୟ ସୂଚନା ଦିଆଯାଇଛି । ଗତ ଜୁନ୍‌ ୨୯ ତାରିଖରେ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଦଳାଚକଟା ଯୋଗୁଁ ତିନି ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିଲା । ଘଟଣାର ତଦନ୍ତ ପାଇଁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ଦାୟିତ୍ୱ ଦିଆଯାଇଛି । ଏ ସମ୍ପର୍କରେ ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ତରଫରୁ ଗତ ୩ତାରିଖରେ ଜାରି କରାଯାଇଥିବା ଏକ ବିଜ୍ଞପ୍ତି ପରବର୍ତ୍ତୀ ତାରିଖମାନଙ୍କରେ ବିଭିନ୍ନ ଖବରକାଗଜରେ ପ୍ରକାଶ ପାଇଛି । କେଉଁ ପରିସ୍ଥିତିରେ ଏହି ଘଟଣା ଘଟିଲା, ସେ ସମ୍ପର୍କରେ କୌଣସି ବ୍ୟକ୍ତି କିମ୍ବା ସଂସ୍ଥା, ଘଟଣାକୁ ନେଇ କୌଣସି ସୂଚନା କିମ୍ବା ତଥ୍ୟ ଥିଲେ, ତାହାକୁ ଜୁଲାଇ ୨୦ ତାରିଖ ସୁଦ୍ଧା [email protected] ଇ-ମେଲ୍‌ ଯୋଗେ ପଠାଇବାକୁ ଅନୁରୋଧ କରାଯାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.