ପ୍ରମୂଖ ଖବର
  • ପଶ୍ଚିମବଙ୍ଗ ଅଶାନ୍ତ ! ଗତ ୨୪ ଘଣ୍ଟାରେ ଦୁଇ ଜଣ ଟିଏମସି ନେତାଙ୍କୁ ହତ୍ୟା
  • ||
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ପାରିବାରିକ କଳହର କରୁଣ ପରିଣତି, ମାଆକୁ ପାଇପ୍‌ରେ ପିଟି ହତ୍ୟା କଲା ପୁଅ

Published By : Harapriya Sethi | June 26, 2025 2:31 PM

ଚିକିଟି,୨୬/୦୬: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ କରବାଲୁଆ ପାଣ୍ଡାଛକ ଖଡ଼ିକା ବନ୍ଧ ନିକଟରେ ଅଭାବନୀୟ ଘଟଣା । ମାଆକୁ ପାଇପ୍‌ରେ ପିଟି ପିଟି ହତ୍ୟା କଲା ବିକୃତ ମସ୍ତିଷ୍କ ପୁଅ । ପାରିବାରିକ କଳହକୁ ନେଇ ପୁଅ ସନ୍ତୋଷ ବେହେରା (୩୯ ବର୍ଷ) ମାଆ ଉଲି ବେହେରା (୫୫ ବର୍ଷ)ଙ୍କୁ ହତ୍ୟା କରିଛି । 

ସୂଚନା ମୁତାବକ, ପାରିବାରିକ କଳହକୁ ନେଇ ମାଆ ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ପୁଅ ସନ୍ତୋଷ ବେହେରା ଉତ୍ୟକ୍ତ ହୋଇ ଏକ ଲୁହା ପାଇପ୍‌ରେ ମାଆ ଉଲି ବେହେରାଙ୍କ ମୁଣ୍ଡକୁ ବାରମ୍ବାର ପିଟିଥିଲା । ସ୍ଥାନୀୟଲୋକେ ମାଆ ଉଲି ବେହେରାଙ୍କୁ ଗୁରୁତର ଅବସ୍ଥାରେ ଚିକିଟି ମେଡିକାଲକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏସମ୍ପର୍କରେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଥିବା ଜଣାପଡ଼ିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.