ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏହି ରାଶିର ବ୍ୟକ୍ତିଙ୍କ ଆୟର ନୂତନ ମାର୍ଗ ଖୋଲିବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ

ମେଷ : ଏକାଦଶ ଚନ୍ଦ୍ର ଯୋଗୁ ଆୟର ନୂତନ ମାର୍ଗ ଖୋଲିବ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ। ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି କରି ପାରନ୍ତି। ସମସ୍ତ ଦୁଃଖ, କ୍ଳେଶ, ଅବସାଦ ଏବଂ ଆର୍ଥିକ କଷ୍ଟରୁ ମୁକ୍ତି ମିଳିବଏବଂଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ , ସେମାନେ ସୁଫଳ ପାଇବେ। 

ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ।

ବୃଷ : ଅପରାହ୍ଣ ୨ଟା ୩୨ମିନିଟ୍‌ ପର୍ଯ୍ୟନ୍ତ ନବମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଅନ୍ତରଙ୍ଗ ବନ୍ଧୁଙ୍କ ସହ ବିବାଦ, ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ କର୍ମରେ ସମ୍ମାନ ହାନି ଘଟିବ। ଏହା ପରେ ଦଶମ ଚନ୍ଦ୍ର ଯୋଗୁ ସମସ୍ତ ଦୁଃଖ, କ୍ଳେଶରୁ ମୁକ୍ତି ମିଳିବ ଏବଂ ହୃତ ସମ୍ମାନ ଫେରି ଆସିବ। ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ମୃଗ ଶିରା ବୃଷ, ସେମାନେ ଉପକୃତ ହେବେ। 

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।

ମିଥୁନ : ଅପରାହ୍ଣ  ୨ଟା ୩୨  ମିନିଟ୍‌ ପର୍ଯ୍ୟନ୍ତ ଅଷ୍ଟମଚନ୍ଦ୍ର ଓ ପରେ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ଏବଂବନ୍ଧୁଙ୍କ ସହ କଥୋପକଥନ ବେଳେ ସତର୍କ ରହିବେ। ଧନ କ୍ଷତି, ମାନ ସମ୍ମାନ ହାନି, ନିଜର ପ୍ରିୟବନ୍ଧୁଙ୍କ ସହ ବିବାଦ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଆସିବ ଏବଂ କର୍ମରେ ବହୁବିଧ ସମସ୍ୟା ଦେଖା ଦେବ। ଯେଉଁ ମାନଙ୍କର ଆର୍ଦ୍ରାମିଥୁନ, ସେମାନେ ସତର୍କ ହେବେ।

ଶୁଭରଙ୍ଗ:  ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ : ଅଷ୍ଟମଚନ୍ଦ୍ର, ରାହୁଙ୍କ ନକ୍ଷତ୍ର ଏବଂ ଅପରାହ୍ଣ  ୧୨ଟା ୪୧ ମିନିଟ୍‌ ପରେ ବିଷ୍ଟୀକରଣ ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ। କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ। ଯେଉଁମାନଙ୍କର ଅଶ୍ଳେଷାକର୍କଟ, ସେମାନେ ସତର୍କ ହେବେ।

ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ସପ୍ତମଚନ୍ଦ୍ର, ଶୁକ୍ରବାର ଏବଂ ଶତଭିଷା ନକ୍ଷତ୍ର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ କିମ୍ବା ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଏବଂ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା  ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ।

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା : ଷଷ୍ଠଚନ୍ଦ୍ର, ଶୁକ୍ରବାରଏବଂ ଶତଭିଷା ନକ୍ଷତ୍ର ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ। ପୁରାତନ ରୋଗରୁ  ଆରୋଗ୍ୟ ହେବାର ସହଜ ଉପାୟ ମିଳିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂକର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ। 

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଏବଂ ଘାତ ନକ୍ଷତ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନ ଠାରୁ ଅପମାନ ପାଇବେ। ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ସନ୍ତାନମାନେ ବିଶୃଙ୍ଖଳିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହ କର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଘାତ ବାର, ଘାତ ତିଥି ଏବଂ ଚତୁର୍ଥ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ। ଯେଉଁ ମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ।

ଶୁଭରଙ୍ଗ : ହଳଦିଆ, ଶୁଭସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଘାତବାର ଏବଂ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ। ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀ, ସ୍ୱଜନ, ପରିଜନଙ୍କ ସାହାଯ୍ୟ ମିଳିବ ଏବଂ ସମସ୍ତଙ୍କର ସଦ୍ଦିଚ୍ଛା ପ୍ରାପ୍ତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସନ୍ତୋଷଜନକ ସଫଳତା ମିଳିବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ମୂଳା ଧନୁ, ସେମାନେ ସୁଫଳ ପାଇବେ। 

ଶୁଭରଙ୍ଗ : ଗୋଲାପୀ, ଶୁଭସଂଖ୍ୟା : ୧୧, ଆରାଧନା : ମା’ ତାରା ।

ମକର : ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାରେ ପଡ଼ି ପାରନ୍ତି। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇ ପାରେ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ।

ଶୁଭରଙ୍ଗ : କଳା, ଶୁଭସଂଖ୍ୟା : ୩, ଆରାଧାନା : ମାକାଳୀ ।

କୁମ୍ଭ : ଶ୍ରୀଚନ୍ଦ୍ର, ଶୁକ୍ରବାର ଏବଂ ଶତଭିଷା ନକ୍ଷତ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଓ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରି ପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେଇ ପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବ ଭାଦ୍ରକୁମ୍ଭ, ସେମାନେ ଉପକୃତ ହେବେ।

ଶୁଭରଙ୍ଗ  : ମାଟିଆ, ଶୁଭସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମୀନ : ଘାତବାର, ଘାତଚନ୍ଦ୍ର ଏବଂରାହୁଙ୍କ ନକ୍ଷତ୍ରଭୋଗ ହେଉ ଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଦୂରସ୍ଥାନକୁ ଯାତ୍ରା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂକର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ। 

ଶୁଭରଙ୍ଗ : ଲାଲ୍‌, ଶୁଭସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।


ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଯୋଗାଯୋଗ .: ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.