ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ନଷ୍ଟ ହେଲା ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ

Published By : Suraj Kumar | November 25, 2024 11:10 PM

ଫିରିଙ୍ଗିଆ,୨୪।୧୧ :  ଫିରିଙ୍ଗିଆ ଥାନା ଅଧୀନରେ ଥିବା କେଳାପଡା ଓ ଭୃଙ୍ଗୀଯୋଡି ପଞ୍ଚାୟତ ଉର୍କିଆ, ଗଞ୍ଜୁପାଙ୍ଗା ଓ ସୁଂଗାମାହା ଗାଁ ନିକଟରେ ଥିବା ଜଙ୍ଗଲ ଜମି ରେ ବେଆଇନ ଭାବରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରାଯାଇଛି।  ପ୍ରାୟ ୧୦୬ ଏକର ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛ ଗୁଡିକୁ କାଟି ନଷ୍ଟ କରିଦିଆଯାଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ଦଶଲକ୍ଷ ଷାଠିଏ ହଜାର ତାଙ୍କର ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି I

ଥାନା ଅଧିକାରୀ ଗୋପୀନାଥ ପ୍ରଧାନଙ୍କ ନିର୍ଦେଶ କ୍ରମେ ଏସଆଇ ଦୀପକ କୁମାର ରାଉତ ଓ ପ୍ରମୋଦ କୁମାର ବେହେରା ଙ୍କ ନେତୃତ୍ୱରେ ସୋମବାର ଏହି ଚଢାଉ କରାଯାଇଥିଲା।  ତେବେ ଏହି ଅଭିଯାନରେ ଥାନାରେ ସମସ୍ତ ହୋମ ଗାର୍ଡ, ପ୍ରାୟ ତିରିଶ ଜଣ ଶ୍ରମିକ ନିୟୋଜିତ ହୋଇଥିବା ବେଳେ ସୁରକ୍ଷା ଦୃଷ୍ଟିକୁ ଆଖିଆଗରେ ରଖି ଏକ ପ୍ଲାଟୁନ ପୋଲିସ ଫୋର୍ସ ମଧ୍ୟ୍ୟ ମୁତୟନ କରାଯାଇଥିଲା I ଅନ୍ୟପଟେ ଏହି ଗଞ୍ଜେଇ କଟା କୁ ନେଇ ଫିରିଙ୍ଗିଆ ଥାନାରେ ଏକ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଗୋପୀନାଥ ପ୍ରଧାନ ସୂଚନା ଦେଇଛନ୍ତି I


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.