ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ମାନସିକ ଭାରସାମ୍ୟ ହରାଇ ଇଞ୍ଜିନିୟରିଂ ଛାତ୍ରୀଙ୍କ ଆତ୍ମହତ୍ୟା ,ବଡ଼ ଯାତ୍ରା ପାଇଁ ନିଜ ଘରକୁ ଆସିଥିଲେ

Published By : Prameya | March 6, 2025 11:17 PM

ମାଲକାନଗିରି : ମାଲକାନଗିରି ଥାନା ଅଞ୍ଚଳର ଜଣେ ଯୁବତୀ କଟକର ଏକ ଇଞ୍ଜିନିୟରିଂ କଲେଜରେ ପଢୁ ଥିଲେ। ସେ ବଡ଼ ଯାତ୍ରା ପାଇଁ ନିଜ ଘର ମାଲକାନଗିରିକୁ ଆସିଥିଲେ। କୌଣସି କାରଣ ଯୋଗୁଁ ସେ ମାନସିକ ଭାରସାମ୍ୟ ହରାଇ ବୁଧବାର ରାତ୍ରରେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରି ଥିବାର ଜଣା ପଡିଛି। 

ଆଜି ସକାଳେ ମୃତ ଯୁବତୀଙ୍କ ପରିବାର ପକ୍ଷରୁ ଏ ସମ୍ପର୍କରେ ମାଲକାନଗିରି ଥାନାରେ ଜଣାଇବା ପରେ ମାଲକାନଗିରି ଥାନା ପୁଲିସ ଘଟଣା ସ୍ଥଳରେ ପହଁଚି ମୃତ ଶରୀର ଜବତ କରି, ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇ ଥିଲା। ଶବ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ମୃତ ଶରୀର ହସ୍ତାନ୍ତର କରା ଯାଇଛି। ଯୁବତୀ ଜଣଙ୍କ ମାନସିକ ରୋଗୀ ଥିଲେ ଏବଂ ସେ ପୂର୍ବରୁ ମଧ୍ୟ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବୋଲି ପରିବାର ଲୋକ ଥାନାରେ ଜଣାଇ ଥିବା ଥାନା ଅଧିକାରୀ କହିଛନ୍ତି।

 ମାଲକାନଗିରି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରା ଯାଇ ଏସମ୍ପର୍କରେ ତଦନ୍ତ ଚାଲିଛି ବୋଲି ମାଲକାନଗିରି ଥାନା ଅଧିକାରୀ ରିଗନ କିଣ୍ଡୋ କହିଛନ୍ତି।

 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.