ପ୍ରମୂଖ ଖବର
  • ଭୁବନେଶ୍ଵର : ୨୨ରୁ ବଜେଟ ଅଧିବେଶନ, ସରକାର ବନାମ ନବୀନଙ୍କ ଛାୟା ମନ୍ତ୍ରିମଣ୍ଡଳ ଲଢ଼େଇ
  • ||
  • ଆଜି ରସଗୋଲା ଦିବସ, ଜିଆଇର ୫ ବର୍ଷ ପରେ ବ୍ରାଣ୍ଡିଂ ନାହିଁ, ସରକାର ନିରବ
  • ||

ହାଥରସ ଦଳାଚକଟା ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୫/୭:ଉତ୍ତର ପ୍ରଦେଶର ହାଥରସ ଦଳାଚକଟା ଘଟଣା। ଏଥିରେ ୧୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସମଗ୍ର ଦେଶରେ ଖେଳିଯାଇଛି ଶୋକର ଛାୟା । ତେବେ ଏହି ଦୁଃଖଦ ସମୟରେ କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମୃତକଙ୍କ ପରିବାର ବର୍ଗଙ୍କୁ ଭେଟିଛନ୍ତି। ରାହୁଲ ଗାନ୍ଧୀ ହାଥରସ ଓ ଆଲିଗଡ଼ ଗସ୍ତ କରି ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି। ଏଥିସହ ଆହତମାନଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ପଚାରି ବୁଝିଛନ୍ତି। ଏଥିସହ ସେ ଏହି ପ୍ରସଙ୍ଗକୁ ସଂସଦରେ ଉପସ୍ଥାପନ କରିବେ ବୋଲି କହିଛନ୍ତି।

ତେବେ ଗତ ବୁଧବାର ଆତ୍ମଘୋଷିତ ଜଣେ ଭୋଲେ ବାବାଙ୍କ ସତସଙ୍ଗ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ପ୍ରବଚନ ପରେ ବାବାଙ୍କ ପାଦ ଧୂଳି ଆଣିବାକୁ ଯାଇ ଏପରି ଦୁଃଖଦ ଘଟଣା ଘଟିଥିବା କୁହାଯାଉଛି। ସେପଟେ ଏହି ମାମଲାରେ ଆତ୍ମଘୋଷିତ ବାବା ଫେରାର୍ ହୋଇଯାଇ ଥିବାବେଳେ ତାଙ୍କୁ ସେବା ଯୋଗାଉଥିବା ୨୦ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ଉକ୍ତ ବାବାଙ୍କ ନାଁରେ ଦୁଷ୍କର୍ମ ମାମଲା ସହ ବିଭିନ୍ନ ଥାନାରେ ଏକାଧିକ ଅଭିଯୋଗ ରହିଛି। ପୁଲିସ ତାଙ୍କ ସେବକଙ୍କୁ ଗିରଫ କରି ଅଧିକ ତଦନ୍ତ କରୁଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.