ପ୍ରମୂଖ ଖବର
  • ଏସିଆ କପ୍‌ ପାଇଁ ଟିମ୍‌ ଘୋଷଣା କଲା ବିସିସିଆଇ,ସ୍ବର୍ଯ୍ୟକୁମାରଙ୍କ ନେତୃତ୍ବରେ ଟୁର୍ଣ୍ଣାମେଣ୍ଟକୁ ଓହ୍ଲାଇବ ଭାରତ
  • ||
  • ଧାନ ତଳି ରୋଇବାକୁ ଯିବା ବେଳେ ଦୁର୍ଘଟଣା: ବାଇକ୍‌ରୁ ଖସିପଡିଲେ ଚାଷୀ, ଚାଲିଗଲା ଜୀବନ
  • ||
  • ଦୁର୍ନୀତିଖୋର ବାବୁଙ୍କ ଉପରେ ଭାରି ପଡ଼ୁଛି ଭିଜିଲାନ୍ସ; ବନ୍ଧା ହେଲେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା
  • ||
  • ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ, ୩ ଲକ୍ଷ ୧୦ ହଜାର ୮୩୯ ପିଲାଙ୍କୁ ବଣ୍ଟନ ହେବ
  • ||
  • ଉପରାଷ୍ଟ୍ରପତି ନିର୍ବାଚନରେ ଦକ୍ଷିଣ ଭାରତ ଲଢ଼େଇ, ବି. ସୁଦର୍ଶନ ରେଡ୍ଡୀ ହେଲେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ
  • ||
  • ମହିଳାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ ଅଭିଯୋଗ; ଅଭିଯୁକ୍ତକୁ ଆନ୍ଧ୍ରରୁ ଉଠାଇଆଣିଲା ନରସିଂହପୁର ପୁଲିସ
  • ||
  • 'ଥ୍ରୀ ଇଡିଅଟ୍‌' ଫିଲ୍ମ ପ୍ରଫେସର ଅଚ୍ୟୁତ ପୋତଦାରଙ୍କ ଦେହାନ୍ତ
  • ||
  • ଯାଜପୁର : ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଯୁବକଙ୍କ ମୃତ୍ୟୁ ଅଭିଯୋଗ, ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: ଆଜି ମହାପ୍ରଭୁଙ୍କ କାଳୀୟଦଳନ ବେଶ ନୀତି
  • ||
  • ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ, କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ
  • ||
  • ଅବପାତ ପ୍ରଭାବ; ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୨୦ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
  • ||
  • ସମ୍ବଲପୁର ଧନୁପାଲିରେ ଏନ୍‌କାଉଣ୍ଟର, କୁଖ୍ୟାତ ଅପରାଧୀ ଏମ୍‌ଡି ସାମଦ ବାମ ଗୋଡ଼ ବାଜିଲା ଗୁଳି
  • ||

ଲାଞ୍ଚ ମାମଲାରେ ପୂର୍ବତନ ଯନ୍ତ୍ରୀ ଦୋଷୀ ସାବ୍ୟସ୍ତ; ୩ ବର୍ଷ ଜେଲ୍ ସହ ୫୦ ହଜାର ଟଙ୍କା ଜରିମାନା

Published By : Manash Sahoo | August 19, 2025 3:33 PM

ଭୁବନେଶ୍ବର, ୧୯/୦୮: ଲାଞ୍ଚ ନେବା ମାମଲାରେ ପୂର୍ବତନ ଯନ୍ତ୍ରୀ ଦୋଷୀ ସାବ୍ୟସ୍ତ । ବାଲେଶ୍ବର ଜିଲ୍ଲା ଜଳସେଚନ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ କୁମୁଦା ଚନ୍ଦ୍ର ପ୍ରଧାନଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦୋଷୀ ସାବ୍ୟସ୍ତ କରି ତିନି ବର୍ଷ ଜେଲ୍ ଦଣ୍ଡ ସହିତ ୫୦ ହଜାର ଟଙ୍କା ଜରିମାନା ଲଗାଇଛନ୍ତି । 

ସୂଚନା ଅନୁଯାୟୀ, ବାଲେଶ୍ବର ଜଳସେଚନ ବିଭାଗର ତତ୍କାଳୀ ନିର୍ବାହୀ ଯନ୍ତ୍ରୀ କୁମୁଦା ଚନ୍ଦ୍ର ପ୍ରଧାନ ଜଣେ ଠିକାଦାରଙ୍କୁ କାର୍ଯ୍ୟାଦେଶ ପ୍ରଦାନ ସମ୍ପର୍କରେ ଚୁକ୍ତିନାମା ପ୍ରକ୍ରିୟାକରଣ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ  ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ । ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ୧୯୮୮ ଧାରା ୧୩(୨) r/w ୧୩(୧)(ଡି)/୭ ପିସି ଆଇନ ଅନୁଯାୟୀ, ଚାର୍ଜସିଟ୍ ଦାଖଲ କରିଥିଲା । ସ୍ବତନ୍ତ୍ର ଅଦାଲତ ବାଲେଶ୍ବର, ମାମଲାର ଶୁଣାଣି କରି, ତଥ୍ୟ ପ୍ରମାଣ ଆଧାରରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ରାୟ ଶୁଣାଇଛନ୍ତି । କୁମୁଦା ଚନ୍ଦ୍ର ପ୍ରଧାନଙ୍କୁ ତିନି ବର୍ଷ ସଶ୍ରମ କାରାଦଣ୍ଡ ସହିତ ୫୦ ହଜାର  ଜେଲ୍ ଜରିମାନା ଲଗାଇଛନ୍ତି କୋର୍ଟ । ସେପଟେ ରାୟ ଆସିବା ପରେ ଭିଜିଲାନ୍ସ ପକ୍ଷରୁ କୁମୁଦା ପ୍ରଧାନଙ୍କ ପେନସନ୍ ବନ୍ଦ ପାଇଁ ଆବେଦନ କରାଯିବ ବୋଲି ସୂଚନା ଦିଆଯାଇଛି ।...

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.