ପ୍ରମୂଖ ଖବର
  • ପୁରୀ : କୂଅର ପଡ଼ି ପାଳିଆ ସେବାୟତଙ୍କ ମୃତ୍ୟୁ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି

Published By : Harapriya Sethi | May 9, 2025 11:34 AM

ଭୁବନେଶ୍ୱର, ୦୯/୦୫: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଉଥିବାରୁ ଦେଶର ବିଭିନ୍ନ ସ୍ଥାନରେ ହାଇଆଲର୍ଟ ଜାରି କରାଯାଇଛି । ଭାରତର ଅପରେସନ୍ ସିନ୍ଦୂର ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ । ସାମରିକ ପ୍ରତିଷ୍ଠାନ, ଅନ୍ୟାନ୍ୟ ପ୍ରତିଷ୍ଠାନ ଓ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛି । ଏହି କାରଣରୁ କେବଳ ସ୍ଥଳପଥ ନୁହେଁ, ଜଳପଥରେ ମଧ୍ୟ ହାଇଆଲର୍ଟ ଜାରି ହୋଇଛି । ପୋଲିସ ଫୋର୍ସ ସହିତ ନୌସନା ଅଧିକାରୀ ଓ ମତ୍ସ୍ୟ ବିଭାଗ, ଗୁଇନ୍ଦା ବିଭାଗ କଡ଼ାକଡ଼ି ଯାଞ୍ଚ କରିବା ସହିତ ସମୁଦ୍ର ମଝିରେ ଆଇଲାଣ୍ଡରେ କଡା ଚେକିଂ କରାଯାଉଛି ।

ସେହିପରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି କରାଯାଇଛି । ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏଥିସହ ସୁରକ୍ଷା କର୍ମୀମାନେ ବିମାନ ବନ୍ଦରରେ ଯାତ୍ରୀମାନଙ୍କର ପରିଚୟ ପତ୍ରକୁ ମଧ୍ୟ କଡ଼ାକଡ଼ି ଭାବେ ଯାଞ୍ଚ କରୁଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.