ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ, ଯୁବକକୁ ଗୋଡେଇ ଗୋଡେଇ ହାଣିଲେ ଦୁବୃର୍ତ୍ତ

Published By : Harapriya Sethi | October 19, 2024 7:32 AM

ପଟ୍ଟାମୁଣ୍ଡାଇ, ୧୯/୧୦: ବିଳମ୍ବିତ ରାତିରେ ଯୁବକକୁ ଗୋଡେଇ ଗୋଡେଇ ହାଣିଲେ ଦୁବୃର୍ତ୍ତ । ମୃତ ଯୁବକ ଜଣକ ହେଉଛନ୍ତି କୁରୁଣ୍ଟି ଗ୍ରାମର ରଶ୍ମି ରଞ୍ଜନ ପରିଡା । ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଅନ୍ତର୍ଗତ କୁରୁଣ୍ଟୀ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ସୂଚନା ମୁତାବକ, ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ । କୁରୁଣ୍ଟି ଗ୍ରାମର ରଶ୍ମି ରଞ୍ଜନ ପରିଡା ନାମକ ଜଣେ ଯୁବକଙ୍କୁ ଶୁକ୍ରାବର ବିଳମ୍ବିତ ରାତିରେ ଗୋଡେଇ ଗୋଡେଇ ହାଣିଲେ ଦୁବୃର୍ତ୍ତ । ଫଳରେ ଘଟଣାସ୍ଥଳରେ ହିଁ ଯୁବକଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣା ଘଟିବା ବେଳେ ସ୍ଥାନୀୟଲୋକେ ଆତଙ୍କିତ ଅବସ୍ଥାରେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ରାଜନଗର ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଅଛି । ହତ୍ୟାକାରୀଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳି ନଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.