ପ୍ରମୂଖ ଖବର
  • କଟକ : ଲାଞ୍ଚ ନେବା ହେଲା କାଳ, ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ, ଅମିନ
  • ||
  • ମାଲକାନଗିରି : ଅବୁଝମାଡ଼ ଜଙ୍ଗଲରେ ଏନ୍‌କାଉଣ୍ଟର, ପୁଲିସ ଗୁଳିରେ ୨ ମହିଳା ମାଓବାଦୀ ନିହତ
  • ||
  • ବାଲେଶ୍ୱର : ପାନ ଦୋକାନୀ ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ, ଧାର ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ଥିଲା ବିବାଦ
  • ||
  • କଟକ: ନରସିଂହପୁର ପଞ୍ଚମୁଖୀ ଛକରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ବଦଳିବ ଓଡ଼ିଶା ପର୍ଯ୍ୟଟନର କାୟାକଳ୍ପ, କେରଳ ଏବଂ ରାଜସ୍ଥାନ ମଡେଲ୍‌କୁ କରାଯିବ ଅନୁକରଣ, ଏସିଆର ଶ୍ରେଷ୍ଠ ପାଞ୍ଚରେ ରହିବ ରାଜ୍ୟ
  • ||
  • ପୁରୀ : ଭଗବାନ ଓ ଭକ୍ତଙ୍କ ମଧ୍ୟରୁ ହଟିଲା ଦୂରତା, ଦୁର୍ଲଭ ନବଯୌବନ ବେଶରେ ଦର୍ଶନ ଦେଲେ ଦାରୁବ୍ରହ୍ମ
  • ||
  • ପୁରୀ : ୨୯ରୁ ରତ୍ନଭଣ୍ଡାର ମରାମତି, ପ୍ରତିଦିନ ଦୁଇଟି ସିଫ୍ଟରେ ହେବ କାମ
  • ||
  • ଭୁବନେଶ୍ୱର : ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲା କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
  • ||
  • ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତ୍ତି; ଦାବି ପୂରଣ ନହେଲେ ଜୁଲାଇ ୧୪ରୁ ଅନିର୍ଦ୍ଧିଷ୍ଟକାଳ ଯାଏଁ କାର୍ଯ୍ୟ ବନ୍ଦ

Published By : Anindita Ratha | June 26, 2025 3:03 PM

ଭବାନୀପାଟଣା,୨୬/୦୬: ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି। ଦାବି ପୂରଣ ନହେଲେ ଜୁଲାଇ ୧୪ରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ବନ୍ଦ ରହିବ କାର୍ଯ୍ୟ। ସଂଘର କାର୍ଯ୍ୟକାରିଣୀ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଆଜି ଓଡ଼ିଶା ରାଜସ୍ୱ ଅମଲା ସଂଘ କଳାହାଣ୍ଡିର ଜିଲ୍ଲା ଶାଖାର ଜିଲ୍ଲା ଉପସଭାପତି ନୀଳକଣ୍ଠ ଗଉଡଙ୍କ ନେତୃତ୍ଵରେ ୧୦ଦଫା ଦାବି ସମ୍ବଳିତ ଦାବିପତ୍ର ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କୁ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି ।

ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କର ଦୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ ଯୋଗୁଁ  ଅସନ୍ତୋଷ ପ୍ରକାଶ ପାଇଛି । ୧୦ ଦାବିଗୁଡିକ ମଧ୍ୟରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କ ମୂଳ ଦରମା ଓଆରଏସପି-୨୦୧୭ ନିୟମ ଅନୁଯାୟୀ ଲେବଲ- ୯କୁ ବୃଦ୍ଧି କରାଯିବା, ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା : ୮୮୯୮ ଅନୁଯାୟୀ ସମସ୍ତ ଜିଲ୍ଲାପାଳମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟକୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯିବା,ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯିବା, ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେ କୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯିବା, ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲାମାନଙ୍କୁ ଶତ ପ୍ରତିଶତ ପଦୋନ୍ନତି ଦିଆଯିବା ଓ ନୂତନ ପେନସନ ଯୋଜନାକୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ପ୍ରମୁଖ ଦାବି କରାଯାଇଛି।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି ବୋଲି ସଂଘ କହିଛି । କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ଫଳ ଶୂନ୍ୟ । ତେଣୁ ଯଦି ରାଜ୍ୟ ସରକାର ଆଗାମୀ ୧୫ ଦିନ ମଧ୍ୟରେ ଉପୋରକ୍ତ ଦାବିଗୁଡିକ ପୂରଣ ନ କରନ୍ତି ତାହେଲେ, ସଂଘ ଆଗାମୀ ଜୁଲାଇ ୦୭ ତାରିଖ ଠାରୁ ଜୁଲାଇ ୧୧ ତାରିଖ ଯାଏଁ କଳା ବ୍ୟାଜ୍ ପରିଧାନ କରିବ  ଏବଂ ତା ସତ୍ତ୍ବେ ଯଦି ରାଜ୍ୟ ସରକାର ଉପୋରକ୍ତ ଦାବିଗୁଡିକ ପୂରଣ ନ କରନ୍ତି । ତେବେ ରାଜ୍ୟ ସଂଘର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଜୁଲାଇ ୧୪ ତାରିଖ ଠାରୁ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲ୍ଲା ସଭାପତି ଆଶୁତୋଷ ମହାନ୍ତି, ସମ୍ପାଦକ ମୈଥିଲୀ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଏହି ଅବସରରେ କଳାହାଣ୍ଡି ଜିଲ୍ଲା ସମ୍ପାଦକ ଅଶୁତୋଷ ମିଶ୍ର , ସଭ୍ୟ/ସଭ୍ୟା କାଶୀନାଥ ଦଣ୍ଡସେନା, ସୁକାନ୍ତ ମହାପାତ୍ର ,ରତ୍ନାକର ଧଙ୍ଗଡମାଝି , ବିଷ୍ଣ ଚରଣ ପାତ୍ର, ବଟକୃଷ୍ଣ ଆଚାରୀ,ଦୟାସ।ଗର ନାଗ , ମାନସୀ ଭୋଳ , ରିଙ୍କି ରାଉତ ଓ  ଲଛମନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.