ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ: ବାପା ମୃତ, ପୁଅ ଗୁରୁତର

Published By : Harapriya Sethi | May 5, 2025 12:31 PM

ଭୁବନେଶ୍ୱର,୦୫/୦୫: ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ବାଉଁଶୁଣି କଲେଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ। ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ଘଟାଇ ଫେରାର ମାରିଲା ଡ୍ରାଇଭର । ମୃତକ ବାପା ଗୋଚ୍ଛାପଡ଼ା ଗ୍ରାମର ମଛିନ୍ଦ୍ର ମେହେର ଏବଂ ଗୁରୁତର ପୁଅ ଦର୍ଶନ ମେହେର ବୋଲ ଜଣାପଡ଼ିଛି । ଉତ୍ୟକ୍ତ ଲୋକେ କଲେଜ୍ ଛକ ନିକଟରେ ୫୭ ନମ୍ୱର ଜାତୀୟ ରାଜପଥ ଅବରୋଧ କରିଥିବା ବେଳେ SDPO ଓ ତହସିଲଦାର ପହଞ୍ଚି ବୁଝାସୁଝା କରିବା ପରେ ହଟିଲା ରାସ୍ତାରୋ‌‌କ ।

ସୂଚନା ମୁତାବକ, ଗୁଛାପଡା ଗ୍ରାମର ବାପା ପୁଅ ମଛିନ୍ଦ୍ର ମେହେର ଏବଂ ଦର୍ଶନ ମେହେର ଉଭୟ ଏକ ବାଇକ୍ ଯୋଗେ ବୌଦ୍ଧ ପଟରୁ ସୋନପୁର ଅଭିମୁଖେ ଯାଉଥିବା ବେଳେ ପଛରୁ ବାଇକ୍‌କୁ ଧକ୍କା ଦେଇଥିଲା ପିକଅପ୍ ଭ୍ୟାନ । ଫଳରେ ଘଟଣା ସ୍ଥଳରେ ପୁଅ ସମ୍ମୁଖରେ ବାପାଙ୍କ ଜୀବନ ଚାଲି ଯାଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ଉତ୍ୟକ୍ତ ଲୋକେ ୫୭ ନମ୍ୱର ଜାତୀୟ ରାଜପଥ ଅବରୋଧ କରିଥିଲେ । ଖବର ପାଇ ବୌଦ୍ଧ ତହସିଲଦାର ଅନିତା ସାହୁ, SDPO ଲାରେନ୍ ରାଉତରାୟ ଏବଂ ଥାନା ଅଧିକାରୀ ସାରଦା ପ୍ରସନ୍ନ ଦାସ ଘଟଣା ସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହିତ ରେଡକ୍ରସ୍‌ ପାଣ୍ଠିରୁ ୧୦ ହଜାର ଟଙ୍କା ଦେଇଛନ୍ତି । ଏହା ସହ ସମସ୍ତ ସରକାରୀ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶଶ୍ରୁତି ଦେବା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିବା ଜଣାପଡିଛି। ମୃତକଙ୍କୁ ମହାପ୍ରୟାଣ ଗାଡ଼ିରେ ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ପଠାଇଥିବା ବେଳେ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମେଡିକାଲରେ ଆଣି ଭର୍ତ୍ତି କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.