ପୁରୀ,୫।୧ : ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ୟ ଏକ ସେବକଙ୍କୁ ମାରପିଟ୍ ଘଟଣାରେ ଜଣେ ମୁଖ ପଖାଳ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିଲମ୍ବିତ କରିଛନ୍ତି। ମୁଖ ପଖାଳ ସେବକ ଜଣକ ହେଲେ ବିଶ୍ବନାଥ ଖୁଣ୍ଟିଆ। ତାଙ୍କୁ ୩ ମାସ ପାଇଁ ସେବାରୁ ନିଲମ୍ବିତ କରାଯାଇଛି । ଶ୍ରୀମନ୍ଦିର ଆଇନ୍ ୨୧-କ ଧାରା ଅନୁସାରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ୟ ଏକ ସେବକଙ୍କୁ ମାରପିଟ୍ ଘଟଣାରେ ଶ୍ରୀ ଖୁଣ୍ଟିଆଙ୍କୁ ପୂର୍ବରୁ କୈଫିୟତ ତଲବ ହୋଇଥିଲା l ନିଲମ୍ବନ ସମୟରେ ଶ୍ରୀ ଖୁଣ୍ଟିଆ ଶ୍ରୀମନ୍ଦିର ମଧ୍ୟରେ ତାଙ୍କ ସମସ୍ତ ସେବାରୁ ନିବୃତ୍ତ ରହିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଦେଶ ପ୍ରଦାନ କରିଛନ୍ତି l ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ସ୍ପଷ୍ଟ କରିଛନ୍ତି ଯେ, ଶ୍ରୀମନ୍ଦିର ମଧ୍ୟରେ ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ ।