ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ପ୍ରବଳ ବର୍ଷା ସତ୍ତ୍ୱେ ପ୍ରାଣୀ ଚିକିତ୍ସା ଶିବିର; ଗୃହପାଳିତ ପଶୁଙ୍କର ହେଲା ଟୀକାକରଣ

Published By : Harapriya Sethi | July 2, 2025 1:49 PM

ହରଭଙ୍ଗା,୦୨/୦୭(ଚିତ୍ତରଞ୍ଜନ ସିଂ): ହରଭଙ୍ଗା ପ୍ରାଣୀ ପାଳନ ବିଭାଗ ଓ ପୁରୁଣାକଟକ ବନାଞ୍ଚଳ ଅଧିକାରୀଙ୍କ ତତ୍ତ୍ଵାବଧାନରେ ଆଜି ବାଣୀଭୂଷଣପୁର ପଞ୍ଚାୟତର ହରିଡ଼ାବିଡ଼ା ଓ ଖୁଣ୍ଟପଡ଼ା ଗାଁରେ ଗୃହପାଳିତ ପ୍ରାଣୀଙ୍କ ପାଇଁ ଏକ ପ୍ରାଣୀ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା। ପୁରୁଣାକଟକ ବନାଞ୍ଚଳ ଅଧିକାରୀ ଜୟନ୍ତ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରାଣୀ ସ୍ୱାସ୍ଥ୍ୟ ଶିବିରରେ ଫରେଷ୍ଟର ସତୀଶ ରଞ୍ଜନ କମ୍ପ, ସଞ୍ଜନା ମାଝୀ ଓ ବିଭାଗର ପ୍ରଭାକର ସେଠୀ ଯୋଗଦାନ କରି ଉଭୟ ଗ୍ରାମର ଲୋକମାନଙ୍କୁ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ପ୍ରୋତ୍ସାହିତ କରିଥିଲେ। 

ହରଭଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସାଧିକାରୀ ଡ଼ା ବୀରେନ୍ଦ୍ର କୁମାର ପୃଷ୍ଟି ଗୃହପାଳିତ ପ୍ରାଣୀମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସମସ୍ତ ଗୃହପାଳିତ ପ୍ରାଣୀମାନଙ୍କ ଟୀକାକରଣ କରାଇଥିଲେ। ତଳଗାଁ ପ୍ରାଣୀଧନ ନିରୀକ୍ଷକ ଶ୍ରୀ ଆଶୁତୋଷ ପରିଡ଼ା ଓ ପ୍ରାଣୀ ମାନଙ୍କ ସ୍ୱାସ୍ଥ୍ୟ ବୀମା କରୁଥିବା କମ୍ପାନୀର ହରଭଙ୍ଗା ପି, ଏସ ଅମରେଶ୍ୱର ମହାକୁଡ଼ ଓ ବିଭାଗର ନିର୍ମଳ ପ୍ରଧାନ, ସଞ୍ଜୟ ସାହୁ, ସରୋଜ ସାମଲ, ଲକ୍ଷ୍ମଣ ପ୍ରଧାନ ଏହି ପ୍ରାଣୀ ଚିକିତ୍ସା ଶିବିରରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ପ୍ରବଳ ବର୍ଷା ସତ୍ତ୍ୱେ ଗ୍ରାମବାସୀ ମାନଙ୍କର ତଥା ବିଭାଗର ଉତ୍ସାହ ଯୋଗୁଁ ଦୁଇଟି ଗ୍ରାମର ସମସ୍ତ ଗୃହପାଳିତ ପ୍ରାଣୀମାନଙ୍କ ଫାଟୁଆ ଓ ପିପିଆର ରୋଗ ନିରାକରଣ ପାଇଁ ଶତ ପ୍ରତିଶତ ଟୀକାକରଣ କରାଯାଇଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.