ପ୍ରମୂଖ ଖବର
  • ଶେରଗଡ଼ : ଚୁଡି ଦୋକାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ରିମାଣ୍ଡରେ ଆସିବ ଅଭିଯୁକ୍ତ ପୁରୁଷ ବନ୍ଧୁ
  • ||
  • କୂଅରୁ ମିଳିଲା ବଲାଙ୍ଗୀର : ୱାର୍ଡ଼ ମେମ୍ବରଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କିଟ୍ ଛାତ୍ରୀ ମୃତ୍ୟୁ ମାମଲା: ପୋଲିସକୁ ମିଲିଲା ସୁଇସାଇଡ୍‌ ନୋଟ୍‌
  • ||
  • AIIMSରେ ସିବିଆଇ ରେଡ୍‌, ନିଯୁକ୍ତି ସ୍କାମ୍‌ର ଚାଲିଛି ତାନାଘନା
  • ||
  • ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • କଟକ : ପରକୀୟା ପ୍ରୀତିକୁ ନେଇ ହତ୍ୟା, ଶାବଳରେ ପିଟି ପିଟି ୬୨ ବର୍ଷିୟ ବୃଦ୍ଧଙ୍କୁ ହତ୍ୟା କଲା ସ୍ୱାମୀ
  • ||
  • ବୋରିଗୁମ୍ମା : ରାସ୍ତା ମଝିରେ ଥିବା ଟ୍ରକ୍‌କୁ ପିଟିଲା ବାଇକ୍‌, ୨ ମୃତ
  • ||
  • ବାଲେଶ୍ୱର : ଭାରସାମ୍ୟ ହରାଇ ବରଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ
  • ||
  • କଟକ : ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ, କାରଣ ଅସ୍ପଷ୍ଟ
  • ||

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ପଦକ୍ଷେପ, ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ

Published By : Prameya | January 14, 2025 4:40 PM

କଟକ, ୧୪।୧ : ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ପଦକ୍ଷେପ। ଚଳିତ ବର୍ଷ ଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ। ସେଲ୍ଫ  ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାକୁ   ମୋବାଇଲ କ୍ୟାମେରା କିମ୍ବା ସ୍କାନରରେ ଫଟୋ ଉଠାଇଲେ ସେହି ୱାଟର ମାର୍କ ଆସିଯିବ। କେଉଁ ପରୀକ୍ଷାର୍ଥୀଙ୍କର ସେହି ପ୍ରଶ୍ନପତ୍ର କେଉଁ ସେଣ୍ଟରର ଏବଂ କେଉଁ ହଲର ତାହା ସେଥିରୁ ଜଣାପଡିଯିବ। 

ଦେଶରେ ପ୍ରଶ୍ନପତ୍ର ପ୍ରସ୍ତୁତ କରୁଥିବା ବିଭିନ୍ନ ଫାର୍ମ ଓ ଦେଶର ପ୍ରମୁଖ ପରୀକ୍ଷା ପରିଚାଳନା ବୋର୍ଡ ଅନୁଧ୍ୟାନ କରିବା ପରେ ଏହି ୱାଟର ମାର୍କ ବ୍ୟବସ୍ଥା କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ବୋର୍ଡର ପରୀକ୍ଷା ପରିଚାଳନା କମିଟି ଏହି ୱାଟର ମାର୍କ ବ୍ୟବସ୍ଥାକୁ ଅନୁମତି ପ୍ରଦାନ କରିସାରିଛି। ପରୀକ୍ଷାମୂଳକ ଭାବେ ଆସନ୍ତା ୧୭ ରେ ହେବାକୁ ଥିବା ଷ୍ଟେଟ ପରୀକ୍ଷା ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ଲଗାଯାଇଛି। ପ୍ରତ୍ୟେକ ପ୍ରଶ୍ନପତ୍ରର ସିରିଏଲ ନମ୍ବର ଓ ପରୀକ୍ଷାର୍ଥୀଙ୍କ ରୋଲ ନମ୍ବର ସମସ୍ତ ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ବ୍ୟବସ୍ଥାରେ ରହିଛି। ତେଣୁ ପ୍ରଶ୍ନପତ୍ର ଯଦି ଭାଇରାଲ ହେଲା ତେବେ ତାହା କେଉଁ ସେଣ୍ଟରରୁ ଏବଂ କେଉଁ ପରୀକ୍ଷାର୍ଥୀଙ୍କର ତାହା ଜଣାପଡିବ ଅତି ସହଜ ହେବ। ତେଣୁ ଏହି ୱାଟର ମାର୍କ ବ୍ୟବସ୍ଥା ଦ୍ୱାରା ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ପ୍ରତିହତ ହୋଇ ପାରିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.