ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ୩ ଖେଳାଳିଙ୍କୁ ଚୀନ୍ ଦେଲାନି ଏସିଆନ୍ ଗେମ୍ସରେ ଏଣ୍ଟ୍ରି
  • ||
  • କଟକ: କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଗୁରୁତର, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||
  • ଏବେ ସୁଦ୍ଧା ବାତ୍ୟା ସୂଚନା ନାହିଁଁ, ଅକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା:IMD ଡିଜି
  • ||
  • ରିଆମାଳ: ସାତକିଆରୀ ଡ୍ୟାମ୍‌ର ହ୍ୟୁମ ପାଇପ୍‌ରୁ ବାହାରୁଛି ଅସହ୍ୟ ଦୁର୍ଗନ୍ଧ, ପଚା ଶବ ଥିବା ସନ୍ଦେହ
  • ||
  • ଚଣ୍ଡୀଗଡ଼: ଟସ୍ ଜିତି ଭାରତ ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଅଷ୍ଟ୍ରେଲିଆ
  • ||
  • ଭୁବନେଶ୍ୱର: ରାଜଧାନୀରେ ଗର୍ଜିଲେ ଆଙ୍ଗନବାଡ଼ି ଦିନ, ୧୦ ଦଫା ଦାବି ନେଇ ଆନ୍ଦୋଳନ
  • ||
  • କଟକ: ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍ ଯଦୁମଣି ମାଝୀ, ୪ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଟିମ୍
  • ||
  • ପୁରୀ: ୨୪ରୁ ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ, କଟକ ଦେଇ ଚାଲିବ ଟ୍ରେନ୍‌
  • ||
  • ଭୁବନେଶ୍ୱର; ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି ଭାବେ ଶପଥ ନେଲେ ପ୍ରମିଳା ମଲ୍ଲିକ
  • ||
  • ଭୁବନେଶ୍ୱର: ମାୟାବିନୀ ଇରାନୀର ହନିଟ୍ରାପ୍‌ ମାମଲା: ବାପିର ରିମାଣ୍ଡ ସରିଲା, ଏଥର ଇରାନୀ ପାଳି, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ମାଗିଲା ପୁଲିସ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ରୁ ପୁଣି ୫ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ୨୧୧ରେ ପହଞ୍ଚିଲା ପଜିଟିଭ୍ ସଂଖ୍ୟା
  • ||
  • କଣାସ : ଡ଼ଙ୍ଗା ନେଇ ଚିଲିକାକୁ ଯିବାବେଳେ ଅଘଟଣ, ମତ୍ସ୍ୟଜୀବୀ ନିଖୋଜ
  • ||
  • ଚନ୍ଦ୍ରର ଦକ୍ଷିଣ ମେରୁରେ ଉଇଁଲା ସୂର୍ଯ୍ୟ: ଆଜି ବିକ୍ରମ, ପ୍ରଜ୍ଞାନର ନିଦ ଭାଙ୍ଗିବ !ଯୋଗାଯୋଗ ପାଇଁ ଚେଷ୍ଟା କରିବ ଇସ୍ରୋ
  • ||
  • ଭୁବନେଶ୍ୱର:ଆଜିଠୁ ବିଧାନସଭା ଅଧିବେଶନ, ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ: ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍
  • ||
  • ଭୁବନେଶ୍ୱର: ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା! ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ, ଆଣିପାରେ ପ୍ରବଳ ବର୍ଷା
  • ||

ରାଜ୍ୟରେ ମୌସୁମୀ ସକ୍ରିୟ: ୧୮ରେ ଘୂର୍ଣ୍ଣିବଳୟ, ୧୯ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୬/୦୯: ୧୮ ତାରିଖରେ ରାଜ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ପୁଣି ଭଲ ବର୍ଷା ହେବ । ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୯ ଓ ୨୦ ତାରିଖରେ କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି ।

ବଙ୍ଗୋପସାଗରରେ ଥିବା ଲଘୁଚାପ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ନିକଟବର୍ତ୍ତୀ ଅଞ୍ଚଳ ଉପରେ ରହିଛି । ତେବେ ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ବଲାଙ୍ଗୀରର ଦେଓଗାଁରେ ସର୍ବାଧିକ ୧୯୦ ମିମି ବର୍ଷା ହୋଇଛି । ଗୁଲଭେଲାରେ ୧୩୦, ବଲାଙ୍ଗୀରରେ ୧୧୦, କଳାହାଣ୍ଡିର କର୍ଲାମୁଣ୍ଡା ଓ ନର୍ଲାରେ ୧୧୦, ବରଗଡ଼ ଗାଇସିଲଟରେ ୧୧୦, କନ୍ଧମାଳ ବାଲିଗୁଡ଼ାରେ ୧୧୦, ନୂଆପଡ଼ାରେ ୧୦୦, ବିଜେପୁରରେ ୧୦୦, ସଇଁତଳାରେ ୧୦୦, ଖଇରମାଳରେ ୯୦, ବୌଦ୍ଧରେ ୯୦, ବେଲଗାଁରେ ୯୦, କୋମନାରେ ୯୦ମିମି ବର୍ଷା ହୋଇଛି ।

ଆସନ୍ତା ୧୮ରେ ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ୧୯ରେ ଉତ୍ତର ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Weather update
PrameyaOdia
odisha

Copyright © 2022 - Summa Real Media Private Limited. All Rights Reserved.