ପ୍ରମୂଖ ଖବର
  • CRPF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ହେଲା ସାଧାରଣ ଦର୍ଶନ
  • ||
  • IPL 2025: ଆଜି କିଙ୍ଗ୍‌ସ- ରୟାଲ୍ସ ମଧ୍ୟ ଟକ୍କର, ଫୋକସ୍‌ରେ ଯୁବ ଓପନରଙ୍କ ବିଧ୍ୱଂସୀ ବ୍ୟାଟିଂ
  • ||
  • ରାଇରଙ୍ଗପୁର : ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ପାହଡ଼କୁ ପିଟିଲା ଯାତ୍ରୀବାହୀ ବସ , ୩ ଗୁରୁତର, ୭ ଆହତ
  • ||
  • ରାଜଗାଙ୍ଗପୁର ରେଳ ଷ୍ଟେସନରେ ଅଘଟଣ, ଟ୍ରେନ୍ ଧକ୍କାରେ ବୃଦ୍ଧ ମୃତ
  • ||
  • ରାଉରକେଲା: ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ଏହି ରୁଟ୍‌ରେ ରେଳ ଚଳାଚଳ ବନ୍ଦ
  • ||
  • ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ମିସୌରୀ ଓ କେଣ୍ଟକି ଅଧିକ ପ୍ରଭାବିତ, ୨୭ ମୃତ, ୧୨ରୁ ଅଧିକ ଆହତ
  • ||
  • ସରିବ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଅବଧି, ଡିଜିଏମ୍‌ଓ ସ୍ତରରେ ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ସଫଳ ହେଲାନି ସାଟେଲାଇଟ୍ EOS-09ର ଉତ୍‌କ୍ଷେପଣ, ସୂଚନା ଦେଲେ ଇସ୍ରୋ ମୁଖ୍ୟ ଭି. ନାରାୟଣନ
  • ||
  • କେନ୍ଦୁଝର : ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ସାଙ୍ଗ ମୃତ
  • ||
  • ଭଦ୍ରକ : ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣା, ସମ୍ପର୍କୀୟଙ୍କୁ ମିଳିଲା ଆର୍ଥିକ ସହାୟତା ସହ ଚାକିରି
  • ||
  • ରାଜ୍ୟର ୪ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ, ଆଜି ୯ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
  • ||

ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ସାଙ୍ଗ ମୃତ

Published By : Harapriya Sethi | May 18, 2025 7:06 AM

ଅଳତୀ,୧୮/୦୫: ଘରୁ କହିକି ଯାଇଥିଲା ଅନ୍ଧାରୀ ଗ୍ରାମକୁ ଭୋଜି ଖାଇବାକୁ ଯାଉଛି । ଶୀଘ୍ର ଫେରିଆସିବି । ଏଭଳି କହି ଖୁସିରେ ସାଙ୍ଗ ମାନଙ୍କ ସହ ଛାତ ଉପରେ ଭୋଜି ଆୟୋଜିତ କରି ମଜା ମସ୍ତି ଚାଲିଥିଲା । ସାଙ୍ଗମାନେ ଭୋଜିରେ ମାତି ଥିବାବେଳେ ହଠାତ ଛାତ ଉପରେ ଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲା ଆଉ ଏକ ସାଙ୍ଗ । ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ତାରକୁ ଧରିବାରୁ ଘଟଣାସ୍ଥଳରେ ଜୀବନ ହାରିଲା ସାଙ୍ଗ । ମୃତକ ହେଉଛନ୍ତି ବଡପଦନା ଗ୍ରାମର ଶୁଭମ୍ ସାହୁ (୧୯) । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ବଡପଦନା ଗ୍ରାମରେ । 

ସୁଚନା ମୁତାବକ, ବଡପଦନା ଗ୍ରାମର ଶୁଭମ୍ ସାହୁ ସାଙ୍ଗମାନଙ୍କ ସହ ଭୋଜି କରିବାକୁ ଯାଜପୁର ଜିଲ୍ଳାର ଅନ୍ଧାରୀ ଗ୍ରାମକୁ ଯାଇଥିଲା। ସେଠାରେ ଭୋଜି ସମୟରେ ଜଣେ ସାଙ୍ଗ ଛାତ ଉପରେ ଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲା । ଏହା ଦେଖି ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ ଆଘାତରେ ଶୁଭମ୍‌ର ମୃତ୍ୟୁ ଘଟିଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମେଡିକାଲକୁ ସ୍ଥାନାନ୍ତର କରିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.