ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସ୍କୁଟି ଉପରେ ଚଢ଼ିଗଲା ପଶ୍ଚିମବଙ୍ଗ ବିଧାୟକଙ୍କ କାର୍; ଜଣେ ମୃତ, ଜଣେ ଗୁରୁତର

Published By : Harapriya Sethi | July 9, 2025 11:58 AM

ସିମୁଳିଆ,୦୯/୦୭: ପଶ୍ଚିମବଙ୍ଗ ହାୱଡା ନିର୍ବାଚନ ମଣ୍ଡଳୀର ବିଧାୟକ ଗୌତମ ଚୌଧୁରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ନିଜ ପରିବାର ସହିତ ପୁରୀରୁ ବାହୁଡ଼ା ଯାତ୍ରା ଦେଖି ଘରକୁ ଫେରୁଥିବା ବେଳେ ଏକ ସ୍କୁଟି ସହ କାର୍‌ଟି ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଉଛନ୍ତି ରାଧାକାନ୍ତ ଲେଙ୍କା । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ୧୬ ନଂ ଜାତୀୟ ରାଜପଥ ଜାମୁଝାଡି ଡେଞ୍ଜର ଡାଇଭର୍ସନ ଠାରେ ଏହି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ ମିନିଟ ସମୟରେ ବିଧାୟକଙ୍କ ଗାଡି ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ବେଳେ ଜାମୁଝାଡି ଡେଞ୍ଜର ଡାଇଭର୍ସନ ଠାରେ ଏକ ସ୍କୁଟି ସହ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ସ୍କୁଟିଟି ଚୂରମାର ହୋଇ ଯାଇଥିଲା ଏବଂ ଦୁଇ ଜଣ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ଦୁଇ ଗୁରୁତରଙ୍କୁ ସିମୁଳିଆ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ବିଧାୟକଙ୍କ ସମେତ ତାଙ୍କ ପରିବାରର ପାଞ୍ଚ ଜଣ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଖବର ପାଇ ସିମୁଳିଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ପରିସ୍ଥିତିକୁ ନିୟନ୍ତ୍ରଣ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.