PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ବିଜେପିର ବୈଠକ ପୂର୍ବରୁ ପିଏମ୍‌ ମୋଦି ଏବଂ ଅମିତ ଶାହାଙ୍କୁ ଧମକ, ଜଣେ ରାଜନେତାଙ୍କୁ ଉଠାଇନେଲା ପୋଲିସ

ହାଇଦ୍ରାବାଦ ୩୦/ ୦୬: ପୈଗମ୍ବର ମହମ୍ମଦକୁ ନେଇ ନିଲମ୍ବିତ ବିଜେପି ନେତ୍ରୀ ନୂପୁର ଶର୍ମାଙ୍କ ବିବାଦୀୟ ବୟାନୀ ଦୀର୍ଘ ଦିନ ପରେ ବି ଚର୍ଚ୍ଚା ଥମିବାର ନାଁ ନେଉନାହିଁ । ଏହି ମାମଲାକୁ ନେଇ ନୂପୁର ଶର୍ମାଙ୍କ ସପକ୍ଷରେ କହିଥିବା ରାଜସ୍ଥାନ ଉଦୟପୁରର ଟେଲର କହ୍ନେୟା ଲାଲ୍‌ଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା । ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମଧ୍ୟ ଧମକ ମିଳିଛି । ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କ ହାଇଦ୍ରାବାଦ ଗସ୍ତ ପୂର୍ବରୁ ଧମକ ଦେଇଛନ୍ତି ଜଣେ ରାଜନେତା । ଘଟଣାକୁ ନେଇ ସଂପୃକ୍ତ ରାଜନେତାଙ୍କୁ ଗିରଫ କରିଛି ପୋଲିସ ।

ଖବର ମୁତାବକ, ନୂପୁର ଶର୍ମାଙ୍କ ବିବାଦୀୟ ବୟାନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଏବଂ ଗୃହମନ୍ତ୍ରୀ ଶାହାଙ୍କୁ କ୍ଷମା ମାଗିବା ପାଇଁ କହିଥିଲେ ଅବଦୁଲ ମାଜିଦ ଅତ୍ତାର ନାମକ ଜଣେ ନେତା । କେବଳ ମୋଦି କିମ୍ବା ଶାହା ନୁହେଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଧମକ ଦେବା ସହିତ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘକୁ କ୍ଷତି ପହଞ୍ଚାଇବା କଥା ମଧ୍ୟ କହିଥିଲା । ଯାହାକୁ ନେଇ ପୋଲିସ ନିଜ ଆଡୁ ମାମଲା ରୁଜୁ କରିବା ସହିତ ବୁଧବାର ରାତିରେ ଅତ୍ତାରକୁ ଗିରଫ କରିବାକୁ ସକ୍ଷମ ହୋଇଛି ।

ଇଣ୍ଡିଆନ୍‌ ପେନାଲ କୋଡର ବିଭିନ୍ନ ଧାରା ଅନୁଯାୟୀ ଧାର୍ମିକ ଭାବନାକୁ ନେଇ ହିଂସା ଭଡକାଇବା ଏବଂ ଅଶାନ୍ତି ବିସ୍ତାର କରିବାକୁ ନେଇ ମାମଲା ରୁଜୁ କରିବା ସହିତ ଅଭିଯୁକ୍ତ ଅବଦୁଲ ଅତ୍ତାରକୁ ଗିରଫ । ବଡ କଥା ହେଉଛି ଜୁଲାଇ ୨ ତାରିଖରୁ ଆରମ୍ଭ ହେଉଥିବା ବିଜେପିର ଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହା ଏବଂ ଅନ୍ୟ ବରିଷ୍ଠ ନେତୃତ୍ବ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ସିକନ୍ଦରାବାଦରେ ଜନସଭାକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।