ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ଫାଇନାନ୍ସ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଲୁଟି ନେଲେ ୧ ଲକ୍ଷ ୩୦ ହଜାର ଟଙ୍କା

ଖଲ୍ଲିକୋଟ ,୬।୬  : ଖଲ୍ଲିକୋଟ ଥାନା ଅନ୍ତର୍ଗତ ଗୁହାରିଆପାଟ ନିକଟରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମାଡ଼ ମାରି ୧ ଲକ୍ଷ ୩୦ ହଜାର ଟଙ୍କା ଦୁର୍ବୃତ୍ତ ମାନେ ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି । 

 ମିଳିଥିବା ସୂଚନା ଅନୁଯାୟୀ, ଖଲ୍ଲିକୋଟରେ ଥିବା ଭାରତ ଫାଇନାନ୍ସର କର୍ମଚାରୀ ସନ୍ତୋଷ କୁମାର ବେହେରା ଏଚ. ବହାଡାପଲ୍ଲି ଗ୍ରାମରୁ ଟଙ୍କା କଲେକ୍ସନ କରି ବୁଧବାର ରାତି ୮ ଟାରେ ବାଇକରେ ଖଲ୍ଲିକୋଟ ଫେରୁଥିଲେ। ଏହି  ସମୟରେ ହଠାତ କିଛି ଦୁର୍ବୃତ୍ତ ଗୁହାରିଆପାଟ ନିକଟରେ ତାଙ୍କୁ ଅଟକାଇ ବନ୍ଧୁକ ଦେଖାଇ ମାଡ଼ ମାରି ୧ ଲକ୍ଷ ୩୦ ହଜାର ଟଙ୍କା ଲୁଟି ନେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ଏ ସମ୍ପର୍କରେ ବିଳମ୍ବିତ ରାତି ରେ ଫାଇନାନ୍ସ କର୍ମଚାରୀ ସନ୍ତୋଷ କୁମାର ବେହେରା ଖଲ୍ଲିକୋଟ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ଖଲ୍ଲିକୋଟ ଥାନାରେ ଏକ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିବା  ଥାନା ଅଧିକାରୀ ନରେଶ କୁମାର ସାହୁ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.